Posted inଖେଳ

ଗର୍ଲଫ୍ରେଣ୍ଡ୍‌ଙ୍କ ସହ ସମୟ ବିତାଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା

ମୁମ୍ବାଇ,୧୮।୧୧: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ୍‌ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ ନାଁ ବଲିଉଡର ଅନେକ ଅଭିନେତ୍ରୀଙ୍କ ଯୋଡା ଯାଇଛି। ଏବେ ସେ ଅଭିନେତ୍ରୀ ନତାଶା ଷ୍ଟାନକୋବିଚଙ୍କ ପ୍ରେମରେ ପଡିଛନ୍ତି। ଉଭୟ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡିଛି। ନତାଶା ପାଣ୍ଡାଙ୍କ ଗାଡିରେ ବସିଥିବାର ଏକ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କେବଳ ଏତିକି ନୁହେଁ, ସେ କୁଆଡେ ନତାଶାଙ୍କୁ ନିଜ ମାତାପିତାଙ୍କ ସହ ଭେଟ କରାଇଛନ୍ତି। ଉଭୟଙ୍କ ପରିବାର ମଧ୍ୟ ଏହି ବିବାହକୁ ନେଇ ସହମତି ପ୍ରକାଶ କରିଛନ୍ତି। ତେଣୁ ଖୁବ୍ଶୀଘ୍ର ସେ ବିବାହ କରିବେ ବୋଲି ଜଣାପଡିଛି। ନିକଟରେ ଉଭୟଙ୍କୁ ମୁମ୍ବାଇର ଏକ କାଫେରେ ଦେଖିବାକୁ ମିଳିଥିଲା। ନତାଶା ସର୍ବିଆର ଜଣେ ଲୋକପ୍ରିୟ ଅଭିନେତ୍ରୀ ଏବଂ ଡ୍ୟାନ୍ସର ଭାବେ ଜଣାଶୁଣା। ସେ ପ୍ରକାଶ ଝା’ଙ୍କ ଫିଲ୍ମ ସତ୍ୟାଗ୍ରହ ଜରିଆରେ ବଲିଉଡରେ ପ୍ରବେଶ କରିଥିଲେ। ପାଣ୍ଡ୍ୟାଙ୍କ ନାମ ପୂର୍ବରୁ ମଧ୍ୟ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା, ଇଶା ଗୁପ୍ତା ଏବଂ ଏଲି ଆବ୍ରାହମଙ୍କ ସହ ଯୋଡାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri