ଗଲାଣି ବିଶ୍ରାମାଗାର : ଜବରଦଖଲ କରିଛନ୍ତି ଦୋକାନୀ

ବଅଁରପାଳ, ୩ା୩(ଡି.ଏନ.ଏ.)

ଅନୁଗୋଳ ଜିଲାର ବଅଁରପାଳ ଭଳି ଜନଗହଳିପୂର୍ଣ୍ଣ ବଜାରରେ ବିଶ୍ରାମାଗାରଟିଏ ନ ଥିବାରୁ ବସ୍‌ ଧରିବାକୁ ଅପେକ୍ଷାରତ ଯାତ୍ରୀଙ୍କୁ ଏଠାରେ ଦୀର୍ଘ ସମୟ ଧରି ଠିଆ ହେବାକୁ ପଡ଼ୁଛି। ବିଶେଷକରି ଖରା ଓ ବର୍ଷା ଦିନେ ଯାତ୍ରୀମାନେ ଅଧିକ ହଇରାଣ ହେଉଛନ୍ତି। ବିଶ୍ରାମାଗାରଟିଏ ନିର୍ମାଣ ପାଇଁ ବାରମ୍ବାର ଦାବି ହେଉଥିଲେ ବି ପ୍ରଶାସନ ଏ ଦିଗରେ ଦୃଷ୍ଟି ହେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରକାଶ ଯେ, ବଅଁରପାଳ ବଜାରସ୍ଥିତ ବସ୍‌ଷ୍ଟାଣ୍ଡରେ ପୂର୍ବରୁ ୩ଟି ଯାତ୍ରୀ ବିଶ୍ରାମାଗାର ଥିଲା। ହେଲେ ସେଗୁଡିକ ଭାଙ୍ଗିରୁଜି ଯାଇଥିଲେ ମଧ୍ୟ ପୁନଃ ନିର୍ମାଣ କରାଯାଉନାହିଁ। ଅନ୍ୟପକ୍ଷରେ କେତେଜଣ ଦୋକାନୀ ସେଠାରେ ଦୋକାନ ଖୋଲି ଜବରଦଖଲ କରିଥିବା ଅଭିଯୋଗ ହେଉଛି। ୫୫ ଓ ୧୪୯ ନଂ. ଜାତୀୟ ରାଜପଥ ଏହି ବଜାର ଦେଇଯାଇଥିବାରୁ କଟକ, ପୁରୀ, ଢେଙ୍କାନାଳ, ସମ୍ବଲପୁର, କେନ୍ଦୁଝର, ତାଳଚେର, ପାଲଲହଡ଼ା ସମେତ ବିଭିନ୍ନ ସ୍ଥାନକୁ ଯିବାଆସିବା ପାଇଁ ଲୋକେ ଏଠାରୁ ଗାଡ଼ି ଧରିଥାନ୍ତି। ବଅଁରପାଳ, ଗୋତମରା, ବନ୍ଦାସନ୍ତ୍ରୀ, ବୁଢାପଙ୍କ, ନୂଆହତା, ବଉଳିଗଡ, ତଳମୂଳ ସମେତ ଆଖପାଖ ଅଞ୍ଚଳର ଲୋକେ ଏହି ଷ୍ଟାଣ୍ଡ ଉପରେ ନିର୍ଭର କରନ୍ତି। ଦୀର୍ଘ ଦିନ ହେଲା ଏହି ଷ୍ଟାଣ୍ଡ ଅବହେଳିତ ଅବସ୍ଥାରେ ପଡିରହିଛି। ସେହିପରି ଏଠାରେ ପରିସ୍ରାଗାରଟିଏ ନ ଥିବାରୁ ଯାତ୍ରୀମାନେ ହଇରାଣ ହେଉଛନ୍ତି। ତେବେ ଯଥାଶୀଘ୍ର ବିଶ୍ରାମାଗାର ସହ ଷ୍ଟାଣ୍ଡର ଉନ୍ନତୀକରଣ ଦିଗରେ ଦୃଷ୍ଟି ଦିଆଯିବ ବୋଲି ବ୍ଲକ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri