ଗଳାପୋଲ ନିର୍ମାଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବାରିପଦା ଅଫିସ, ୧୧ା୨- ବାରିପଦା ସହର ମୁର୍ଗାବାଡ଼ି ଛକ ନିକଟସ୍ଥ ନିଗମାନନ୍ଦ ଆଶ୍ରମଠାରେ ନିର୍ମାଣଧିନ ପ୍ଲାଏଓଭରରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ସୋମବାର ରାସ୍ତା ଅବରୋଧ କରିଥିଲେ। ପୂର୍ବାହ୍ନ ୧୦ଟାରେ ବାଲେଶ୍ୱର ଝାରପୋଖରୀଆ ୧୮ ନମ୍ବର ଜାତୀୟ ରାଜପଥକୁ ଅଞ୍ଚଳବାସୀ ଅବରୋଧ କରିବା ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ପରେ ଅପରାହ୍ନ ୧ଟାରେ ବାରିପଦା ବିଧାୟକ ପ୍ରକାଶ ସୋରେନ, ଜାତୀୟ ରାଜପଥର ଅଧିକାରୀ ବିଦ୍ୟାଧର ପଣ୍ଡା, ଜିଲାସ୍ତରୀୟ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିବା ସହିତ ୩ ଦିନ ଭିତରେ ଗଳାପୋଲ ନିର୍ମାଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଫଳରେ ଅଞ୍ଚଳବାସୀ ରାସ୍ତା ଅବରୋଧରୁ ହଟିଥିଲେ। ମୁର୍ଗାବାଡ଼ିଠାରୁ ରେଲେୱ ଲେଭଲ୍‌ କ୍ରସିଂ ପର୍ଯ୍ୟନ୍ତ ପାଖାପାଖି ୨ କି.ମି ଏହି ଫ୍ଲାଇଓଭର ନିର୍ମାଣ ହେବା ଫଳରେ ମୁର୍ଗାବାଡ଼ି ଛକଠାରେ ଥିବା ରାସ୍ତାଟି ବନ୍ଦ ହୋଇଯିବ। ଫଳରେ ବାରିପଦା ପୌରପାଳିକାର ୨୬ ଓ ୨୧ ନମ୍ବର ୱାର୍ଡ଼ ସମେତ ବେତନା ପଞ୍ଚାୟତର ଅଧିକାଂଶ ଲୋକ ହଇରାଣ ହେବେ। ବାରିପଦା ସହରକୁ ମୁର୍ଗାବାଡ଼ି ଛକ ଦେଇ ପ୍ରତିଦିନ ଯାତାୟତ କରୁଥିବା ଲୋକମାନେ ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ସେଠାରେ ଏକ ଗଳା ପୋଲ ନିର୍ମାଣ ଦାବିରେ ଅଞ୍ଚଳବାସୀ ଗତ ୩୧ ତାରିଖରେ ଜିଲାପାଳଙ୍କ ଜରିଆରେ ଜାତୀୟ ରାଜପଥର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଅବଗତ କରାଇଥିଲେ। ହେଲେ ଅଦ୍ୟାବଧି ଏହାର କୌଣସି ସମାଧାନ ହୋଇ ନ ଥିବାରୁ ରାସ୍ତା ଅବରୋଧ କରାଯାଇଥିବା ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri