Posted inଜାତୀୟ

ଗସ୍ତ ଥିଲା ଟ୍ରମ୍ପଙ୍କର କିନ୍ତୁ ଦୃଷ୍ଟି ଆକର୍ଷଣ କଲେ ଇଭାଙ୍କା!

ନୂଆଦିଲ୍ଲୀ,୨୫।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସପରିବାର ୨ ଦିନିଆ ଭାରତ ଗସ୍ତରେ ଆସିଥିଲେ। ଏହି ସମୟରେ ତାଙ୍କ ସହ ଥିଲେ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା ଓ ଜ୍ୱାଇଁ ଜେରେଡ। ଏହି ସମୟରେ ଟ୍ରମ୍ପ ୨୨ କିଲୋମିଟର ରୋଡ ଶୋ’ ସହ ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଲକ୍ଷ ଲକ୍ଷ ଲୋକଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାସହ ଭିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ମଧ୍ୟ ଦେଇଥିଲେ। ଟ୍ରମ୍ପଙ୍କ ପରେ ଏବେ କିନ୍ତୁ ଚର୍ଚ୍ଚାରେ ରହିଛନ୍ତି ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପ। ଗୋଟିଏ ପଟେ ଏହା ତାଙ୍କର ବ୍ୟକ୍ତିତ୍ୱ ଯୋଗୁ ହୋଇଥିବା ବେଳେ ଅନ୍ୟପଟେ ଟ୍ରମ୍ପଙ୍କ ପରମର୍ଶଦାତା ତାଲିକାରେ ଉଭୟ ଇଭାଙ୍କା ଓ ତାଙ୍କ ସ୍ବାମୀ ଜେରେଡ ରହିଛନ୍ତି ଆଗରେ। ହ୍ବାଇଟ ହାଉସରେ ତାଙ୍କର ଏକ କାର୍ଯ୍ୟାଳୟ ରହିଛି।

କୁହାଯାଏ ଇଭାଙ୍କା ଓ ଜେରେଡଙ୍କ ପରାମର୍ଶ ପରେ ହିଁ ଇସ୍ରାଏଲ ଓ ପାଲେଷ୍ଟାଇନ ମଧ୍ୟରେ ବିବାଦ ହୋଇ ଜେରୁଜେଲମକୁ ଇସ୍ରାଏଲର ଅଂଶ ବୋଲି ଘୋଷଣା କରାଯାଇଥିଲା। ଉତ୍ତର କୋରିଆ ଓ ଦକ୍ଷିଣ କୋରିଆର ବିବାଦ ମଧ୍ୟ ଏମାନଙ୍କ ପରାମର୍ଶ କ୍ରମେ କମ୍‌ ହୋଇଥିଲା। ଏହା ଇଭାଙ୍କାଙ୍କ ଦ୍ୱିତୀୟ ଭାରତ ଗସ୍ତ। ଏହା ପୂର୍ବରୁ ସେ ୨୦୧୮ରେ ହାଇଦ୍ରାବାଦରେ ଆୟୋଜିତ ଇଣ୍ଟରପ୍ରିନେୟୋରଶିପ ସମିଟରେ ଅଂଶ ଗ୍ରହଣ କରିବାକୁ ଭାରତ ଆସିଥିଲେ। ଏଥର କିନ୍ତୁ ଇଭାଙ୍କାଙ୍କ ସିମ୍ପଲ ଷ୍ଟାଇଲ ସାଧାରଣ ଜନତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri