ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା ଘଟଣା : ହତ୍ୟାକାରୀ ଅଟକ, ରକ୍ତଭିଜା ଖଣ୍ଡା ଜବତ

ପୁରୁଷୋତ୍ତମପୁର,୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଶନିବାର ରାତିରେ ଡାକ୍ତର ପ୍ରଧାନଙ୍କୁ ସର୍ବସମ୍ମୁଖରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ତେବେ ଅଭିଯୁକ୍ତ ଜଣକ ସେହି ଗ୍ରାମର ଗାନ୍ଧି ପ୍ରଧାନଙ୍କୁ ପୋଲିସ ଉଠାଇ ଆଣି ଥାନାରେ ଅଟକ ରଖିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ ରକ୍ତଭିଜା ଖଣ୍ଡା ଜବତ କରିଛିି । ଘଟଣା ସମ୍ପର୍କରେ ମୃତକଙ୍କ ଭାଇ ଗୋବିନ୍ଦ ପ୍ରଧାନ ପୋଲିସରେ ଅଭିଯୋଗ କରିଛନ୍ତି ଯେ, ଶନିବାର ସନ୍ଧ୍ୟାରେ ଡାକ୍ତର ଗ୍ରାମ ତଳସାହିର ଚୌରା ମଣ୍ଡପରେ ବସିଥିବାବେଳେ ସେହି ଗ୍ରାମର ଗାନ୍ଧି ପ୍ରଧାନ ନାମକ ଜଣେ ଯୁବକ ପୂର୍ବ ଶତୃତାକୁ ନେଇ ଏକ ଖଣ୍ଡାରେ ଅତର୍କିତ ଭାବେ ଡାକ୍ତରଙ୍କ ଶରୀରରେ ଚୋଟ ପରେ ଚୋଟ ପକାଇ ଚାଲିଥିଲେ। ଏହା ସହ ସମସ୍ତଙ୍କୁ ଭୟଭୀତ କରି କିଛି ସମୟ ପର୍ଯ୍ୟନ୍ତ ଘଟଣାସ୍ଥଳରେ ଆତଙ୍କରାଜ ଚଳାଇଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଡାକ୍ତର ପଡ଼ି ଚିତ୍କାର କରୁଥିବାବେଳେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ମେଡିକାଲକୁ ନିଆଯାଇ ଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଅଭିଯୋଗକୁ ନେଇ ଥାନା ଆଇଆଇସି ଜଗନ୍ନାଥ ମଲିକ କେସ ନଂ ୧୨୭/୧୯ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଥାନାକୁ ଆଣିବା ସହ ଖଣ୍ଡାଟିକୁ ଜବତ କରିଛନ୍ତି । ଏହାର ତଦନ୍ତ ଲାଗି ଏସ୍‌ଆଇ ସୁନୀଲ କୁମାର ପ୍ରଧାନଙ୍କୁ ଦାୟିିତ୍ୱ ଦେଇଛନ୍ତି । ରବିବାର ଏସ୍‌ଆଇ ପ୍ରଧାନ ବ୍ରହ୍ମପୁର ବଡ଼ମେଡିକାଲକୁ ଯାଇ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛନ୍ତି । ଘଟଣାର ଅଧିକ ତଦନ୍ତ ଚାଲିଥିବା ଆଇଆଇସି ମଲିକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri