ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ

ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍‌ କରିଛନ୍ତି। ନିହାତି ଆବଶ୍ୟକ ନ ଥିଲେ ଗାଁ ବାହାରକୁ କେହି ଯିବେ ନାହିଁ। ସେହିପରି ଅନ୍ୟ ଗ୍ରାମର ଲୋକଙ୍କୁ ମଧ୍ୟ ଗାଁରେ ପଶିବାକୁ ଅନୁମତି ଗ୍ରାମବାସୀ ଅନୁମତି ଦେବେନି ବୋଲି ନିଷ୍ପତ୍ତି ନେଇଛନ୍ତି। ଘରେ ରହିବା ପାଇଁ ପ୍ରଶାସନ ପକ୍ଷରୁ ଗ୍ରାମବାସୀଙ୍କୁ ପରାମର୍ଶ ଦିଆଯାଇଛି । ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ଉପସ୍ଥିତିରେ ଗୁଣ୍ଠପଡ଼ା ଗ୍ରାମର ପ୍ରବେଶପଥକୁ ବନ୍ଦ କରାଯାଇଛି। ଅନ୍ୟପକ୍ଷରେ ଲକ୍‌ଡ଼ାଉନ୍‌ ଯୋଗୁ ଭଞ୍ଜନଗର ସହରର କେତେକ ଲୋକ ଖାଦ୍ୟ ଯୋଗାଡ଼ କରିପାରୁ ନ ଥିଲେ। ସେମାନଙ୍କ ପାଇଁ ଭଞ୍ଜନଗର ଏନ୍‌ଏସି ମାଧ୍ୟମରେ ଆହାର କେନ୍ଦ୍ର ସହାୟତାରେ ଖାଦ୍ୟ ଯୋଗାଇ ଦିଆଯାଇଛି । କଟକଣା ନ ମାନି ଘରୁ ବାହାରି ବୁଲିବା ଓ ଅନ୍ୟ କେତେକ କାରଣ ଯୋଗୁ ଗୁରୁବାର ସୁଦ୍ଧା ଭଞ୍ଜନଗର ଉପଖଣ୍ଡ ପୋଲିସ ପକ୍ଷରୁ ୨୬ଜଣଙ୍କୁ ଗିରଫ କରାଯାଇ ପରେ ସେମାନଙ୍କୁ ଥାନାରୁ ଜାମିନରେ ଛଡ଼ାଯାଇଛି । ଭଞ୍ଜନଗର ଉପଖଣ୍ଡରେ ୭,୧୭୮ ଦାଦନ ଶ୍ରମିକ ବୁଧବାର ସୁଦ୍ଧା ଘରକୁ ଫେରିଥିବା ବେଳେ ବିଦେଶରୁ ଫେରିଥିବା ୧୦୦ଜଣ ବର୍ତ୍ତମାନ ଘରେ ରହୁଛନ୍ତି । ସେମାନଙ୍କ ଉପରେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନଜର ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?