ଗାଁ ସାଥୀ କ୍ରିୟାନୁଷ୍ଠାନ କମିଟିର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନୂଆଗାଁ,୨୭।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଗାଁ ସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ ସୋମବାର ନୂଆଗାଁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଗାଁ ସାଥୀ ସଭ୍ୟାସଭ୍ୟମାନଙ୍କ ମାଧ୍ୟମରେ ବିଭିନ୍ନ କାର୍ଯ୍ୟ କରାଯାଉଥିଲେ ମଧ୍ୟ ସେମାନଙ୍କୁ ବ୍ଲକ ପ୍ରଶାସନ ଅଣଦେଖା କରୁଥିବା ଅଭିଯୋଗ ସହିତ ୧୦ ଗୋଟି ଦାବି ନେଇ ସେମାନେ ଧାରଣାରେ ବସିଛନ୍ତି। ପ୍ରତି ସଭ୍ୟାସଭ୍ୟଙ୍କୁ ଗାଁ ସାଥୀର ପରିଚୟ ପତ୍ର ପ୍ରଦାନ, ଗାଁ ସାଥୀମାନଙ୍କ ନାମରେ କ୍ରମାନ୍ବୟରେ କାର୍ଯ୍ୟାଦେଶ ପ୍ରଦାନ, ପଞ୍ଚାୟତ ସ୍ତରରେ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟରେ ସେମାନଙ୍କୁ ସାମିଲ କରିବା, ୨୦୧୩-୧୪ ଠାରୁ ୨୦୧୭-୧୮ ମଧ୍ୟରେ କରାଯାଇଥିବା କାର୍ଯ୍ୟର ପ୍ରାପ୍ୟ ପ୍ରଦାନ , ୨୦୧୩-୧୪ ଆର୍ଥତ୍କ ବର୍ଷର ବେସ୍‌ ଲାଇନ ସର୍ଭେର ପ୍ରୋତ୍ସାହନ ରାଶି ପ୍ରଦାନ, ପ୍ରତି ଗାଁ ସାଥୀଙ୍କୁ ପ୍ରତି ମାସରେ ୧୦ ଦିନର କାର୍ଯ୍ୟ ପ୍ରଦାନ, ନୂତନ ନୀତି ନିୟମ ଓ ଧାରା ବିଷୟରେ ବ୍ଲକ ସ୍ତରରେ ତିନିଦିନ ସ୍ବତନ୍ତ୍ର ପ୍ରଶିକ୍ଷଣ ପ୍ରଦାନ ଏବଂ ପଞ୍ଚାୟତ ସ୍ତରରେ ହେଉଥିବା କାର୍ଯ୍ୟଗୁଡିକ ଗାଁ ସାଥୀମାନଙ୍କ ବିନା ସ୍ବାକ୍ଷରରେ ବିଲ୍‌ କରାଯାଉଥିବାରୁ ତାହାର ବିଚାର ପାଇଁ ଦାବି କରିଛନ୍ତି । ଏହି ଦାବିଗୁଡିକ ପୂରଣ କରିବା ପାଇଁ ସଂଘ ସହ ବିଡିଓ ସିଧାସଳଖ ଆଲୋଚନା କରି କାଯର୍‌ୟକାରୀ କରିବା ଲାଗି ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିବେ ବୋଲି ବ୍ଲକ ସ୍ତରୀୟ ଗାଁ ସାଥୀ(ମେଟ୍‌) ସଂଘର ସଭାପତି ଶାନ୍ତିଲତା ଖଟୁଆ ଓ ସମ୍ପାଦକ ରମେଶ ଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri