ଗାଁକୁ ପକ୍କା ରାସ୍ତା ନାହିଁ, ଚୁଆପାଣି ଭରସା

ଦାରିଙ୍ଗବାଡ଼ି,୧୫।୭(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା ନାହିଁ କି ପିଇବା ପାଣି ବ୍ୟବସ୍ଥା ନାହିଁ। ଗ୍ରାମର ୬୦ ପରିବାରର ପ୍ରାୟ ୫ଶହରୁ ଉର୍ଦ୍ଧ୍ୱ ଲୋକ ଗୋଟିଏ ଚୁଆ ଉପରେ ନିର୍ଭର କରୁଛନ୍ତି। ଚୁଆକୁ ବି ସବୁଦିନିଆ ରାସ୍ତା ନାହିଁ। ପକ୍କା ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ବିଧାୟକଙ୍କୁ ନିବେଦନ କରିଥିଲେ। ପିଇବା ସହ ଶୌଚ, ଗାଧୋଇବା ପାଇଁ ମଧ୍ୟ ସେହି ଚୁଆ ଉପରେ ନିର୍ଭର କରୁଛନ୍ତି। ଏନେଇ ବିଧାୟକଙ୍କ ନିକଟରେ ଅଭିଯୋଗ ପହଞ୍ଚତ୍ବାପରେ ପର୍ତ୍ତମାହା ଠାରୁ ପାହାଡ଼ ରାସ୍ତାରେ ଯାଇ ସେଠାରେ ପହଞ୍ଚତ୍ଥିଲେ। ଅଞ୍ଚଳବାସୀ ବିଧାୟକଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ଶୋଭାଯାତ୍ରାରେ ଗଁା ପରିକ୍ରମା କରାଇଥିଲେ। କୌଣସି ବିଧାୟକ ଆଜି ପର୍ଯ୍ୟନ୍ତ ଉକ୍ତ ଗ୍ରାମକୁ ଯାଇ ନାହାନ୍ତି। ପ୍ରଥମ ଥର ପାଇଁ ବିଧାୟକ ଯାଇଥିବାରୁ ଜନଜାତି ଅଧ୍ୟୁଷିତ ଗ୍ରାମରେ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଥିଲା। ପର୍ତ୍ତମାହାଠାରୁ କହମପଡ଼ି ହୋଇ କାଡ଼ିପାଙ୍ଗା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ପକ୍କାରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି କରିଥିଲେ। ଦୁଇଟି ନଳକୂପ ଖୋଳିବା ସହ ଗଁାକୁ ପକ୍କାରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେବାକୁ ବିଧାୟକ ପ୍ରଧାନ ପ୍ରତିଶ୍ରୁତି ଦେଇଥିଲେ। ଗ୍ରାମର ପ୍ରାର୍ଥନାଗୃହରେ ଅନୁଷ୍ଠିତ ବୈଠକରେ ପ୍ରଶାନ୍ତ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ କହମପଡ଼ି ମଣ୍ଡଳ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ବିଧାୟ୍‌sଙ୍କୁ ସ୍ବାଗତ କରାଯାଇଥିଲା। ବିଧାୟକଙ୍କ ସହ ଜନଜାତି ସ୍ବତନ୍ତ୍ର ଉନ୍ନୟନ ପରିଷଦ ସଦସ୍ୟ ତଥା ବହୁମୁଖି ସମବାୟ ସମିତିର ସଭାପତି ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ସରପଞ୍ଚ ଜ୍ୟୋତିରାଜ ପ୍ରଧାନ, ଦିପକ କୁମାର ସାହୁ, ମିଲୁ ସାହୁ, ପଠାଣୀ ସାହୁ, ଦିବ୍ୟ ନାୟକ, ଅନ୍ତରଙ୍ଗ ଯୁବ ମହାସଂଘର ସଭାପତି ଦିଲିପ କୁମାର ସାହୁ, ବେଲାଳସେନ ନାୟକ, ପଞ୍ଚାନନ ସାହୁ, ୱାର୍ଡ଼ସଭ୍ୟ ପାଣୁ ସାହୁ, ସାଞ୍ଜିରା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଗ୍ରାମର ସୁଶାନ୍ତ କୁମାର ପ୍ରଧାନଙ୍କ ସମେତ ଅନ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri