ଗାଁଠୁ ସହର ସବୁଠି କରୋନା ଭୟ: ଜୀବିକା ଆଗରେ ପଡ଼ିଛି ଫିକା

ରାଇକିଆ,୨୮।୩(ଡି.ଏନ୍‌.ଏ.): ଗାଁଠାରୁ ସହର ସବୁଠି କରୋନା ଭୟ। ଦୋକାନ ବଜାର ବନ୍ଦ। ରାସ୍ତାଘାଟ ଶୂନଶାନ୍‌ । ଘରୁ ପଦାକୁ ବାହାରିବାକୁ କଡ଼ା କଟକଣା। କେବଳ ସକାଳ ୭ରୁ ୧୧ଟା ମଧ୍ୟରେ ରାଶନ ସାମଗ୍ରୀ, ଔଷଧ, ପନିପରିବା ପାଇଁ କିଛି ଘଣ୍ଟାର କୋହଳ ରହିଛି। ଏଭଳି ଜଟିଳ ପରିସ୍ଥିତିରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଚାଷୀମାନେ ସକାଳୁ ପନିପରିବା ଧରି ବଜାରରେ ପହଞ୍ଚୁଛନ୍ତି । ଦୁଇ ତିନି ଘଣ୍ଟା ମଧ୍ୟରେ ବିକ୍ରି କରି ଘରକୁ ଫେରୁଛନ୍ତି । କେଲେମାହା ଗ୍ରାମର ଚାଷୀ ଉମାକାନ୍ତ ବେହେରା କୁହନ୍ତି, ସେ ଚଳିତ ବର୍ଷ ବିଭିନ୍ନ ପରିବା ଚାଷ ପାଇଁ ଗତ କିଛି ମାସ ମଧ୍ୟରେ ୨୦ରୁ ୨୫ ହଜାର ଟଙ୍କା ବିନିଯୋଗ କରିଛନ୍ତି । ବର୍ତ୍ତମାନ ତାଙ୍କର ପନିପରିବା ଉତ୍ପାଦନର ସମୟ । ଯାହା କିଛି ଉତ୍ପାଦନ ହେଉଛି ତାହାକୁ କମ୍‌ ଦରରେ ବିକ୍ରି କରୁଛନ୍ତି । କରୋନା ପ୍ରତି ଭୟ ଥିଲେ ମଧ୍ୟ ଯେହେତୁ ତାଙ୍କର ପନିପରିବା ଉତ୍ପାଦନ ହେଉଛି ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରିବା ପାଇଁ ବ୍ୟବସ୍ଥା ଥିବାରୁ ସେ ଦୂରରୁ ଆସି ବିକ୍ରି କରୁଛନ୍ତି। ଅନ୍ୟପକ୍ଷରେ ଲୋକଙ୍କୁ ମଧ୍ୟ ପନିପରିବା ଆବଶ୍ୟକ ରହୁଛି, ସ୍ଥାନୀୟ ଅଞ୍ଚଳରେ ଯେଉଁ ଉତ୍ପାଦନ ହେଉଛି ତାକୁ ସୁବିଧାରେ ଯେପରି ଲୋକେ ପାଇବେ ସେଥିପାଇଁ ସେ ଆସୁଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri