ଗାଁରେ ପଶିଲା ବାର୍‌ହା,ଉଦ୍ଧାର ପାଇଁ ବନବିଭାଗ ଟିମର ଉଦ୍ୟମ ଜାରି

ଚନ୍ଦାହାଣ୍ଡି,୯ା୩(ଡି.ଏନ.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ବେହେରାମୁଣ୍ଡା ଗ୍ରାମ ପାଣ୍ଡେ ସାହିରେ ସୋମବାର ଏକ ବାର୍‌ହା ପଶିଥିବା ଜଣାପଡ଼ିଛି। ହଠାତ୍‌ ଗାଁର ଭୁବନ ପାଣ୍ଡେଙ୍କ ଘରେ ବାର୍‌ହାଟି ପଶିଯାଇଥିବାବେଳେ ଲୋକେ ବନବିଭାଗକୁ ଖବର ଦେଇଥିଲେ। ବାର୍‌ହା ଆକ୍ରମଣ କରିବା ଆଶଙ୍କା ରହିଥିବାରୁ ଉଭୟ ଚନ୍ଦାହାଣ୍ଡି ବନବିଭାଗ ଏବଂ ଛତିଶଗଡ଼ ବନବିଭାଗ ଟିମ୍‌ ଯନ୍ତା ନେଇ ଗ୍ରାମରେ ପହଞ୍ଚିଛନ୍ତି। ତେବେ ଟିମ୍‌ ତାକୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରଖିବାବେଳେ ବାର୍‌ହାଟି ଭୁବନଙ୍କ ଘରୁ ବାହାରି ରବି ନାମକ ଅନ୍ୟଜଣେ ବ୍ୟକ୍ତିଙ୍କ ଘରେ ପଶିଥିବା ଜଣାପଡ଼ିଛି। ଟିମ୍‌ ଗ୍ରାମରେ ଉପସ୍ଥିତ ଥିବାବେଳେ ଏଯାବତ୍‌ ବାର୍‌ହାକୁ ଉଦ୍ଧାର କରାଯାଇପାରିନି। ବନ ବିଭାଗ ଟିମ୍‌ ପହଞ୍ଚିବା ପୂର୍ବରୁ ଗାଁ ଲୋକେ ତାକୁ ଘଉଡ଼ାଇବାକୁ ଚେଷ୍ଟା କରିଥିବାବେଳେ ବାର୍‌ହାର ଗୋଡ଼ରେ ଆଘାତ ଲାଗିଥିବା ଜଣାପଡ଼ିଛି। ବନବିଭାଗ ଟିମ୍‌ରେ ଛତିଶଗଡ଼ ଦେଓଭୋଗ ରେଞ୍ଜର, ବନପାଳ କେଜୁଲାଲ୍‌ ଯାଦବ, ବିମ୍ବାଧର ୟଦୁ, କର୍ମଚାରୀ କେଶରୀଲାଲ୍‌ ନାୟକ, ଚନ୍ଦାହାଣ୍ଡି ବନପାଳ ଗୁପ୍ତେଶ୍ୱର ପଟ୍ଟନାୟକ, ଭୀଷ୍ମ ମାଝି, ବିନାୟକ ଶୋରୀ, କମଳାକାନ୍ତ ନାଗ ରହିଛନ୍ତି। ସେହିପରି ପୋଲିସ ଟିମ୍‌ ମଧ୍ୟ ଉପସ୍ଥିତ ଥିବା ଜଣାପଡ଼ିଛି। ଉଦ୍ଧାର କରାଯିବା ପରେ ଆହତ ବାର୍‌ହାର ଚିକିତ୍ସା କରାଯିବା ପରେ ପାପଡ଼ାହାଣ୍ଡି ଜଙ୍ଗଲରେ ଛଡ଼ାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri