ଗାଈ ଗୋରୁଙ୍କ ଚରାଭୂଇଁ ପାଲଟିଛି ୫୫ନଂ. ଜାତୀୟ ରାଜପଥ: ବଢୁଛି ଦୁର୍ଘଟଣା

ବଅଁରପାଳ,୨୫।୬(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ଓ ନାଲ୍‌କୋ ଅଞ୍ଚଳ ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ଗାଈ ଗୋରୁଙ୍କ ଚରାଭୂଇଁ ପାଲଟିଥିବା ଦେଖାଦେଇଛି। ସକାଳ ଓ ସଞ୍ଜ ସମୟରେ ରାଜପଥ ଉପରେ ବହୁ ସଂଖ୍ୟାରେ ଗୋରୁପଲ ଆସି ଜମା ହେଉଛନ୍ତି। ଏପରିକି ରାସ୍ତା ଉପରେ ଦୀର୍ଘ ସମୟ ଧରି ଶୋଇ ରହୁଛନ୍ତି। ଫଳରେ ରାସ୍ତା ସଂକୀର୍ଣ୍ଣ ହେବା ସହିତ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଅନେକ ସମୟରେ ଦୁର୍ଘଟଣା ମଧ୍ୟ ବୃଦ୍ଧି ପାଉଛି। ଯେଉଁ ସ୍ଥାନମାନଙ୍କରେ ଗାଈଗୋରୁ ଜମା ହେଉଛନ୍ତି ସେହି ସ୍ଥାନ ଗୁଡ଼ିକରେ ଗତ ୩ ମାସ ମଧ୍ୟରେ ୨୫ରୁ ଊର୍ଦ୍ଧ୍ୱ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି।
ବଅଁରପାଳ ବ୍ଲକ ଛକ ସନ୍ତ୍ରୀ ଛକ, ନୂଆ ହତା ଛକ, ଗଣେଶ ବଜାର, ନାଲକୋ ଛକ, ଏଫସିଆଇ ଛକ ଆଦି ବିଭିନ୍ନ ସ୍ଥାନରେ ଅନେକ ସମୟରେ ଗାଈ ଗୋରୁ ସବୁ ଜମା ହେଉଛନ୍ତି। ଏପରିକି ରାତିରେ ରାସ୍ତା ଉପରେ ଶହ ଶହ ସଂଖ୍ୟାରେ ଗାଈଗୋରୁ ଶୋଇ ରହୁଥିବା ଦେଖିବାକୁ ମିଳୁଛି। ବିଗତ ଦିନରେ ଦୁର୍ଘଟଣା ଯୋଗୁ ବହୁ ଗାଈଗୋରୁ ଆହାତ ହୋଇଥିବାବେଳେ କେତେକ ମୃତ୍ୟୁମୁଖରେ ପଡ଼ିଛନ୍ତି। ସେହିପରି ଶହଶହ ସଂଖ୍ୟାର ଗୋରୁ ରାସ୍ତା ଉପରେ ଶୋଇ ରହୁଥିବା ଯୋଗୁ ଜନସାଧାରଣ ଯାତାୟାତରେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କଳ କାରଖାନା ସୃଷ୍ଟି ଯୋଗୁ ବହୁ ଚାରଣ ଭୂମି ହ୍ରାସ ପାଇବାରେ ଲାଗିଛି। ଏପରି ଅଞ୍ଚଳରେ ଥିବା ଗୋଚର ଜମି ଗୁଡିକ ଏବେ ଜବରଦଖଲକାରୀଙ୍କ କବଜାରେ ରହିଛି। ଗାଈ ଗୋରୁଙ୍କ ଚଲାବୁଲା ପାଇଁ ଚାରଣ ଭୂମିର ଅଭାବ ରହୁଛି। ଫଳରେ ଗାଈଗୋରୁ ସବୁ ରାସ୍ତାମୁହିଁ ହେଉଛନ୍ତି। ସେହିପରି କେତେକ ଲୋକ ଗୁହାଳରେ ଗାଈଠାରୁ କ୍ଷୀର ସଂଗ୍ରହ କରିବା ପରେ ଗାଈ ଗୁଡିକୁ ବାହରକୁ ଛାଡି ଦେଉଛନ୍ତି। ତେଣୁ ଏପରି ସମସ୍ୟା ମଧ୍ୟ ସୃଷ୍ଟି ହେଉଛି। ଆଗାମୀ ଦିନରେ ଏହାର ସ୍ଥାୟୀ ସମାଧାନ କରା ନ ଗଲେ ଗୋରୁ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri