ଗାଙ୍ଗୁଲିଙ୍କ ପରିବାର ସଦସ୍ୟ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୦।୬(ପି.ଟି.): ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ପରିବାରର କେତେଜଣ ସଦସ୍ୟ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଟେଷ୍ଟ ରିପୋର୍ଟରେ ଏମାନେ ପଜିଟିଭ୍‌ ବୋଲି ଜଣାପଡିଛି। ଗାଙ୍ଗୁଲିଙ୍କ ବଡ଼ ଭାଇ ତଥା କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) ସମ୍ପାଦକ ସ୍ନେହାଶିଷଙ୍କ ସ୍ତ୍ରୀ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ପଶ୍ଚିମବଙ୍ଗ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଗତ ସପ୍ତାହରେ ସ୍ନେହାଶିଷଙ୍କ ଶାଶୁ, ଶ୍ୱଶୁର ଓ ତାଙ୍କ ଘରେ କାମ କରୁଥିବା ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍‌ ବୋଲି ଜଣାପଡିବା ପରେ ସମସ୍ତଙ୍କୁ ଏକ ଘରୋଇ ନର୍ସିଂ ହୋମ୍‌ରେ ଭର୍ତ୍ତି କରାଯାଇଛି। ଲକ୍ଷଣ ପ୍ରକାଶ ପାଇବାରୁ ଏମାନଙ୍କର ପରୀକ୍ଷା କରାଯାଇଥିଲା। ତେବେ ସ୍ନେହାଶିଷଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ସେ କରୋନା ପଜିଟିଭ୍‌ ବୋଲି କେତେକ ମିଡିଆରେ ପ୍ରକାଶିତ ରିପୋର୍ଟକୁ ସ୍ନେହାଶିଷ ଖଣ୍ଡନ କରିଛନ୍ତି। ”ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି ଏବଂ ପ୍ରତିଦିନ ଅଫିସ କାର୍ଯ୍ୟ କରୁଛି। ମୋ ସ୍ବାସ୍ଥ୍ୟକୁ ନେଇ ପ୍ରକାଶିତ ଖବର ଭିତ୍ତିହୀନ। ଏପରି ସମୟରେ ଏପରି ଖବର ପ୍ରକାଶ ଆଶା କରାଯାଉନାହିଁ“ ବୋଲି ସେ କହିଛନ୍ତି। ସ୍ନେହାଶିଷ ଜଣେ ପୂର୍ବତନ ରଣଜୀ କ୍ରିକେଟର। ପରିବାର ସହିତ ସେ ମୋମିନପୁରଠାରେ ବାସ କରୁଛନ୍ତି। ଗାଙ୍ଗୁଲି ନିଜ ପରିବାର ସହ ପୈତୃକ ଘର ବେହେଲାଠାରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri