Posted inଖେଳ

ଗାଙ୍ଗୁଲିଙ୍କ ସପକ୍ଷରେ ବିସିସିଆଇ

ନୂଆଦିଲ୍ଲୀ, ୨୧ା୪ (ପି.ଟି.)-ସୌରଭ ଗାଙ୍ଗୁଲିଙ୍କ ବିରୋଧରେ ଆଗତ ସ୍ବାର୍ଥଜନିତ ମାମଲାର ଶୁଣାଣି ଶନିବାର ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅମ୍ବୁଡ୍‌ସମ୍ୟାନ ଜଷ୍ଟିସ ଡି.କେ.ଜୈନ ପୂର୍ବତନ ଭାରତୀୟ ଅଧିନାୟକଙ୍କଠାରୁ ଲିଖିତ ଜବାବ ଚାହିଁଛନ୍ତି। ଅନ୍ୟପକ୍ଷରେ ଏହି ମାମଲାରେ ବିସିସିଆଇ ଗାଙ୍ଗୁଲିଙ୍କ ସପକ୍ଷରେ ରହିଛି। ବେଙ୍ଗଲର ୩ଜଣ କ୍ରିକେଟପ୍ରେମୀ ଭାଶ୍ୱତି ଶାନ୍ତୁଜା, ଅଭିଜିତ ମୁଖାର୍ଜୀ ଏବଂ ରଣଜିତ ସିଲ୍‌ ଅଭିଯୋଗ କରିଛନ୍ତି ଯେ, ଗାଙ୍ଗୁଲି ଏବେ ବେଙ୍ଗଲ କ୍ରିକେଟ ଆସୋସିଏଶନ (ସିଏବି)ର ସଭାପତି ଏବଂ କ୍ରିକେଟ ପରାମର୍ଶଦାତା କମିଟିର ସଦସ୍ୟ ରହିଥିବା ବେଳେ ଆଇପିଏଲ ଫ୍ରାଞ୍ଚାଇଜ୍‌ ଦିଲ୍ଲୀ କ୍ୟାପିଟାଲ୍ସର ଉପଦେଷ୍ଟା ଅଛନ୍ତି। ତାଙ୍କର ଏହି ଦ୍ୱୈତ୍ୟ ଭୂମିକାକୁ ନେଇ ସ୍ବାର୍ଥଗତ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଖବର ଅନୁସାରେ ଗାଙ୍ଗୁଲି ଦଣ୍ଡିତ ହୁଅନ୍ତୁ ବୋଲି ପ୍ରଶାସକ କମିଟି (ସିଓଏ) ଚାହୁଁନାହିଁ। ସିଓଏ କହିବା ଅନୁସାରେ ନୂଆ ସମ୍ବିଧାନ କାର୍ଯ୍ୟକାରୀ ହେବା ପରେ ସବ୍‌କମିଟିଗୁଡ଼ିକ ଭାଙ୍ଗିଦିଆଯାଇଛି। ଗାଙ୍ଗୁଲି ଆଇପିଏଲ ଟେକ୍‌ନିକାଲ କମିଟି ଏବଂ ଗଭର୍ନିଂ କାଉନ୍‌ସିଲରୁ ତାଙ୍କ ଇସ୍ତଫା ଦେଇସାରିଛନ୍ତି। କିନ୍ତୁ ସେ ଏବେ ସୁଦ୍ଧା କ୍ରିକେଟ ଉପଦେଷ୍ଟା କମିଟି (ସିଏସି)ର ଅଂଶବିଶେଷ ରହିଛନ୍ତି। କିନ୍ତୁ ଏହି କମିଟି ବୈଠକ ୪ବର୍ଷ ମଧ୍ୟରେ ଦୁଇଥର ବସିଛି। ଏହି ଦୃଷ୍ଟିରୁ ମାମଲାର ସମାଧାନ ସୂତ୍ର ବାହାର କରାଯିବା ଉଚିତ୍‌। ବିସିସିଆଇର ଜଣେ ବରିଷ୍ଠ କର୍ମକର୍ତ୍ତାଙ୍କ ସୂତ୍ରରୁ ଏହା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri