Posted inଜାତୀୟ

ଗାଜର ଖାଇଲେ କମିବ ପ୍ରଦୂଷଣର ପ୍ରଭାବ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ସାଂଘାତିକ ହେବା ପରେ ଏବେ ଏହା ସମସ୍ତଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଦିଲ୍ଲୀ ସରକାର ଏହାକୁ ନେଇ ଅଡ୍‌-ଇଭିନ୍‌ ନମ୍ବର ଲାଗୁ କରିଥିବା ବେଳେ ପ୍ରଦୂଷଣର ମାତ୍ରା କମ୍‌ କରିବାକୁ ବିଭିନ୍ନ ସ୍ଥାନରେ ସୋମବାର ସକାଳୁ ପାଣି ପକାଯାଉଥିବା ଦେଖାଯାଇଛି। ରବିବାର ଦିଲ୍ଲୀର ପଦୂଷଣ ମାତ୍ରା ଏତେ ଅଧିକ ଦେଖି ସୋମବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଲୋକଙ୍କୁ ଗାଜର ଖାଇବାକୁ କହିଛନ୍ତି। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏକ ଫଟୋ ସହ ହର୍ଷବର୍ଦ୍ଧନ ଟୁଇଟ୍‌ କରି ଲେଖିଛନ୍ତି, ଗାଜରରେ ଭିଟାମିନ୍‌ ଏ, ପୋଟାସିୟମ ଓ ଆଣ୍ଟିଅକ୍ସିଡାଣ୍ଟସ୍‌ ଭରପୁର ମାତ୍ରାରେ ଥିବାରୁ ଏହା ନାଇଟ୍‌ ବ୍ଲାଇଣ୍ଡସେନ୍‌ ସମସ୍ୟାକୁ ଦୂରେଇ ଦେଇଥାଏ। ସେହିପରି ଏହା ଶରୀରରେ ପ୍ରଦୂଷଣର ପ୍ରଭାବକୁ ମଧ୍ୟ କମ୍‌ କରିଥାଏ ବୋଲି ସେ କହିଛନ୍ତି। ତେବେ ହର୍ଷବର୍ଦ୍ଧନ ଜଣେ ଡାକ୍ତର ହୋଇଥିବାରୁ ତାଙ୍କର ଏଭଳି ଉକ୍ତି ଏବେ ଚର୍ଚ୍ଚାକୁ ଆସିଛି। କିନ୍ତୁ ଦିନକ ମଧ୍ୟରେ କେତେ ପରିମାଣର ଗାଜର ଖାଇବା ଦରକାର ସେ କଥା ସ୍ପଷ୍ଟ କରାଯାଇ ନାହିଁ। ଏହାକୁ ନେଇ ଚିକିତ୍ସକମାନେ ମତ ଦେଇଛନ୍ତି, ହର୍ଷବର୍ଦ୍ଧନ ଯାହା କହିଛନ୍ତି ତାହା କେତେକାଂଶରେ ଠିକ୍‌ ହୋଇପାରେ। ହେଲେ ଏହା ପ୍ରଦୂଷଣର ପ୍ରଭାବକୁ କେତେ ପରିମାଣରେ କମ୍‌ କରିବ ଓ ଦିନକୁ କେତେ ପରିମାଣରେ ଏହାକୁ ଖାଇବା ଆବଶ୍ୟକ ତାହା କହିବା କଷ୍ଟକର ବ୍ୟାପାର।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri