ଗାଡ଼ି ଧକ୍କାରେ ସ୍କୁଲ ଛାତ୍ରୀ ଆହତ, ରାସ୍ତାରୋକୋ

ଖଲ୍ଲିକୋଟ,୭ା୧୧(ଡି.ଏନ୍‌.ଏ.) -ଖଲ୍ଲିକୋଟ ବ୍ଲକ କେଶପୁର ବଜାର ଫାୟାର ଷ୍ଟେଶନ ନିକଟରେ ବୁଧବାର ଅପରାହ୍ନରେ ଗାଡ଼ି ଧକ୍କାରେ ଜଣେ ସ୍କୁଲ ଛାତ୍ରୀ ଆହତ ହୋଇଛନ୍ତି। ପ୍ରତିବାଦରେ ଲୋକେ ରାସ୍ତା ଅବରୋଧ କରିଥିଲେ।
ଯେ, କେଶପୁର ଓଡ଼ିଆର୍‌ପି କଲୋନୀର ମହାଲକ୍ଷ୍ମୀ ସେଠୀ(୧୦) ସ୍କୁଲରୁ ଫେରୁଥିବାବେଳେ ଦମକଳ କେନ୍ଦ୍ର ନିକଟରେ ଅଜଣା ଗାଡ଼ି ଧକ୍କାଦେବାରୁ ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ପଠାଯାଇଥିଲା। ବାରମ୍ବାର ଉକ୍ତ ସ୍ଥାନରେ ଦୁର୍ଘଟଣା ଘଟୁଥିବାବେଳେ ପ୍ରଶାସନ କୌଣସି ପ୍ରତିକାର ବ୍ୟବସ୍ଥା କରୁନାହିଁ। ଏହାର ପ୍ରତିବାଦରେ ଓଡିଆରପି କଲୋନୀ ବାସିନ୍ଦା ଦୁଇ ଘଣ୍ଟାରୁ ଅଧିକ ସମୟ ୧୬ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ସେମାନଙ୍କ ଦାବି ଥିଲା ସରକାରଙ୍କ ପକ୍ଷରୁ ଓଡିଆର୍‌ପି ଘର ପ୍ରଦାନ କରାଯାଇଥିଲେ ସୁଦ୍ଧା ସ୍କୁଲ, ଅଙ୍ଗନୱାଡ଼ି କେନ୍ଦ୍ର, ପାନୀୟ ଜଳ ଯୋଗାଣ ଆଦି ସୁବିଧା ନଥିବାରୁ କଲୋନୀ ଲୋକେ ରାଜପଥ ଅତିକ୍ରମ କରିବାକୁ ପଡ଼ୁଛି। ଫଳରେ ବିଭିନ୍ନ ସମସ୍ୟା ସହ ବହୁ ସମୟରେ ଦୁର୍ଘଟଣା ଘଟୁଛି। ଖଲ୍ଲିକୋଟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତ, ଆଇଆଇସି ସତ୍ୟ ରଞ୍ଜନ ପ୍ରଧାନ ପ୍ରମୁଖ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା ପରେ ରାସ୍ତାରୋକୋ ହଟିଥିଲା। ବିଧାୟକ ପ୍ରତିନିଧି ଦଇତାରୀ ବେହେରା, ବାବୁ ବେହେରା ପ୍ରମୁଖ ଉପସ୍ଥିତ ରହି ଆନ୍ଦୋଳନରତ ଜନସାଧାରଣଙ୍କୁ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri