ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଥାନାରେ ଉତ୍ତେଜନା

ତିହିଡି,୫।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡି ଥାନା ଜାମଯୋଡି ପଞ୍ଚାୟତ ଅଧିନ ବାଲିଦାଣ୍ତି ଗ୍ରାମର ଜଣେ ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତ ଚାଳକଙ୍କ ଜଣଙ୍କ ଦୈତାରୀ ନାୟକ(୨୭)। ପୋଲିସ ମାଡରେ ଚାଳକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ମଙ୍ଗଳବାର ସକାଳେ ଥାନା ସାମ୍ନାରେ ହୋହାଲ୍ଲା କରିଥିଲେ। ଖବର ପାଇ ଏସ୍‌ପି ରାଜେଶ ପଣ୍ତିତ ଥାନାରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି। ଦୈତାରୀ ସୋମବାର ରାତିରେ ଏକ ପିକଅପ୍‌ ଭ୍ୟାନରେ ଚୋରା କୋଇଲା ନେଇ ଘଣ୍ଟେଶ୍ୱର ବଜାରରୁ ଆସୁଥିଲେ। ରାସ୍ତାରେ ପୋଲିସ ଗାଡିକୁ ଅଟକାଇବାରୁ ଚାଳକ ଗାଡିରୁ ଡେଇଁ ପଳାଇବାକୁ ଉଦ୍ୟମ କରିଥିବା ବେଳେ ପଡିଯାଇଥିଲେ। ପରେ ପୋଲିସ ଆହତ ଚାଳକଙ୍କୁ ଚିକିତ୍ସା ପାଇଁ ତିହିଡି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ତେବେ ଥାନାରେ ଏଯାଏ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri