ଗାଧୁଆତୁଠରୁ ବାଲି ଉତ୍ତୋଳନକୁ ବିରୋଧ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

ଆନନ୍ଦପୁର,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ତହସିଲ ଅନ୍ତର୍ଗତ ଗୋହିରା ପଞ୍ଚାୟତ ତାଳଗାଁ ନିକଟ କଲରାଗଡ଼ିଆ ଅଞ୍ଚଳରେ ଥିବା ବୈତରଣୀ ନଦୀର ଗାଧୁଆତୁଠରୁ ବାଲି ଚାଲାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ସେମାନେ ସୋମବାର ମଧ୍ୟାହ୍ନରେ ଆନନ୍ଦପୁର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉପଜିଲାପାଳଙ୍କ ନିକଟରେ ଏକ ଅଭିଯୋଗପତ୍ର ଦେଇ ଗ୍ରାମବାସୀ ଗ୍ରାମ ନିକଟରୁ ବାଲି ଚାଲାଣକୁ ବନ୍ଦ କରିବା ପାଇଁ ଦାବି କରିଛନ୍ତି।
ପ୍ରକାଶ ଯେ, ଗତ ମେ ୧୩ରେ କଲରାଗଡ଼ିଆ ଗ୍ରାମର ଜଣେ ନାବାଳକର ନଦୀରେ ବୁଡି ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଏଭଳି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ଲିଜ୍‌ ବାଲିଘାଟ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବା ସହିତ ଆବଶ୍ୟକ ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଲିଜ୍‌ ବାଲି ଘାଟ ପାଇଁ ଗ୍ରାମବାସୀଙ୍କର କିଭଳି ସମସ୍ୟା ସୃଷ୍ଟି ନ ହେବ, ଘାଟର ସୀମା ନିର୍ଦ୍ଧାରଣ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଉପଜିଲାପାଳ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?