Posted inରାଜ୍ୟ

ଗାଧୋଇବା ବେଳେ ବ୍ରାହ୍ମଣୀରେ ବୁଡ଼ି ଯାଇଥିଲେ, ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ,୨୪।୫(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ନବୋଦୟ ବିଦ୍ୟାଳୟ ନିକଟ ବ୍ରାହ୍ମଣୀ ନଦୀର ଘାଟରେ ଗୁରୁବାର ଅପରାହ୍ନରେ ବୁଡ଼ି ଯାଇ ନିଖୋଜ ଥିବା ସାଇ ଚାନ୍ଦଙ୍କର ମୃତଦେହକୁ ବୁଡିଯାଇଥିବା ସ୍ଥାନଠାରୁ କିଛି ଦୂରରୁ ଶୁକ୍ରବାର ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି।

ସୂଚନାଯୋଗ୍ୟ, ନାଲ୍‌କୋ ସିଆଇଏସ୍‌ଏଫ୍‌ କର୍ମଚାରୀ କେ. ବିଜୟ ଶେଖରଙ୍କ ପୁଅ ସାଇ ଚାନ୍ଦ ଓ ରାମରାଓ ଟୁଡୁଙ୍କ ପୁଅ କ୍ରିଷ୍ଣା ଟୁଡୁ ମିଶି ଆଇଜିଆଇଟିରେ ସାଇ ଚାନ୍ଦଙ୍କ ଜଣେ ସାଙ୍ଗକୁ ଭେଟିବାକୁ ଆସିଥିଲେ। କିନ୍ତୁ ଅପରାହ୍ନରେ ଦୁହେଁ ବ୍ରାହ୍ମଣୀ ନଦୀରେ ଗାଧୋଇବାକୁ ଯାଇଥିଲେ। ସେଠାରେ ସାଇ ଚାନ୍ଦ ନଦୀରେ ଗାଧୋଉଥିବା ବେଳେ କ୍ରିଷ୍ଣା କୂଳରେ ବସିଥିଲେ। ତେବେ ହଠାତ୍‌ ସାଇ ଚାନ୍ଦ ଗଭୀର ପାଣିକୁ ଭାସି ଯାଇଥିଲେ। ଉଦ୍ଧାର କରିବାକୁ ଡାକ ପକାଇଥିଲେ ସୁଦ୍ଧା କ୍ରିଷ୍ଣା ଉଦ୍ଧାର କରିବାକୁ ସାହସ ଜୁଟାଇ ପାରି ନ ଥିଲେ। ପରେ ସେ ଘଟଣା ସମ୍ପର୍କରେ ସରାଙ୍ଗ ଫାଣ୍ଡିରେ ଜଣାଇଥିଲେ। ପରେ ପରଜଙ୍ଗ ଓ ସିଆଇଏଫ୍‌ଏସ୍‌ର ଅଗ୍ନିଶମ କର୍ମଚାରୀ ପହଞ୍ଚି ଖୋଜା ଖୋଜି କରିଥିଲେ ସୁଦ୍ଧା ସାଇ ଚାନ୍ଦଙ୍କ କୌଣସି ସନ୍ଧାନ ମିଳି ପାରି ନ ଥିଲା। ରାତି ହୋଇ ଯିବାରୁ ଉଦ୍ଧାର କାର୍ଯ୍ୟରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ତେବେ ଶୁକ୍ରବାର ମୃତଦେହ ଉଦ୍ଧାର ହେବା ପରେ ଘଟଣା ସ୍ଥଳରେ ସରାଙ୍ଗ ଫାଣ୍ଡି ଅଧିକାରୀ ଦାମୋଦର ସାହୁ ପହଞ୍ଚିି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଏ ନେଇ ପରଜଙ୍ଗ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri