ଗାନ୍ଧୀ ଜୟନ୍ତୀରୁ କର୍କଟରୋଗୀଙ୍କୁ ଉପଶମ ଚିକିତ୍ସା

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ କର୍କଟ ରୋଗୀଙ୍କୁ ରାଜ୍ୟ ସରକାର ଜିଲାସ୍ତରରେ ଉପଶମ ଚିକିତ୍ସା ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ୭ଟି ଜିଲାରେ ଏହି ସେବା ଆରମ୍ଭ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହା ସ୍ଥିର ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ଯେଉଁ କର୍କଟରୋଗୀମାନେ କେମୋ ଗ୍ରହଣ କରୁଛନ୍ତି ସେମାନଙ୍କୁ ଯନ୍ତ୍ରଣାରୁ ଉପଶମ ଲାଗି ରାଜ୍ୟ ସରକାର ଏହି ସୁବିଧା ଯୋଗାଇ ଦେବେ। ଏଥିରେ ରୋଗୀମାନଙ୍କ ଜିଲାସ୍ତରୀୟ ଚିକିତ୍ସାଳୟରେ ସ୍ବତନ୍ତ୍ର ଶଯ୍ୟା ସହିତ ଆବଶ୍ୟକ ଔଷଧ ଯୋଗାଇ ଦିଆଯିବ।
ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ବାଲେଶ୍ୱର, ବରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ସୁନ୍ଦରଗଡ଼ରେ ଏହି ଚିକିତ୍ସା ଆରମ୍ଭ ହେବ। ୨୦୨୦-୨୧ ସୁଦ୍ଧା ରାଜ୍ୟର ସମସ୍ତ ଜିଲାକୁ ଏହା ସମ୍ପ୍ରସାରଣ କରିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri