ଗାନ୍ଧୀ ଜୟନ୍ତୀରୁ ପ୍ଲାଷ୍ଟିକ ମୁକ୍ତ ହେବ ରେଳପଥ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ପୂର୍ବତଟ ରେଳପଥକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ କରିବାକୁ ବୁଧବାର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ରେଳସଦନରେ ସମସ୍ତ କର୍ମଚାରୀମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ପୂର୍ବରୁ ରେଳ ମନ୍ତ୍ରାଳୟ ପକ୍ଷରୁ ଟ୍ରେନ, ଷ୍ଟେଶନ ଓ କାର୍ଯ୍ୟାଳୟ ପରିସରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ କୁହାଯାଇଛି। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମ ଦିବସରେ ଦେଶବ୍ୟାପୀ ରେଳପଥକୁ ପ୍ଲାଷ୍ଟିକ ମୁକ୍ତ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଛି। ଶପଥ ଗ୍ରହଣ ସମୟରେ ମହାପ୍ରବନ୍ଧକ ଭୂଷଣ କର୍ମଚାରୀମାନଙ୍କୁ ପ୍ଲାଷ୍ଟିକର କୁପ୍ରଭାବ ଓ ପରିବେଶ ସୁରକ୍ଷା ବିଷୟରେ ବୁଝାଇଥିଲେ। ପ୍ଲାଷ୍ଟିକ ବ୍ୟବହାର କମାଇବାକୁ ପୂର୍ବତଟ ରେଳପଥରେ ୧୬ଟି ପ୍ଲାଷ୍ଟିକ ବୋତଲ କ୍ରଶିଂ ମେଶିନ ଲଗାଯାଇଛି। ଯାହାଦ୍ୱାରା ଏହି ବୋତଲଗୁଡିକୁ ପୁନଃବ୍ୟବହାର କରାଯାଇପାରିବ। ବିଶାଖାପାଟଣାରେ ୬ଟି ମେଶିନ୍‌, ଭୁବନେଶ୍ୱରରେ ୨ଟି, ପୁରୀରେ ୨ଟି, ସମ୍ବଲପୁରରେ ୧ଟି, କଟକରେ ୪ଟି ଓ ଖୋର୍ଦ୍ଧାରୋଡ ଷ୍ଟେଶନରେ ୧ଟି ମେଶିନ ଲଗାଯାଇଛି ବୋଲି ରେ୍‌ଲଓ୍ବେ ପକ୍ଷରୁ କୁହାଯାଇଛି। ଆଗକୁ ପୁରୀରେ ଆହୁରି ୪ଟି, ଖୋର୍ଦ୍ଧାରୋଡରେ ୨ଟି, ରାୟଗଡାରେ ୨ଟି, ବିଜୟନଗରମରେ, ଶ୍ରୀକାକୁଲମ, ସୀମାଞ୍ଚଲମ, ଆରକୁ, ଜଗଦଲପୁର, ବଲାଙ୍ଗୀର, ଟିଟିଲାଗଡ ଓ କେସିଙ୍ଗାଠାରେ ଗୋଟିଲ ଲେଖାଏ ମେଶିନ ଲଗାଇବା ପାଇଁ ଯୋଜନା ହୋଇଛି। ସେହିଭଳି ପ୍ରଦୂଷଣ କମାଇବା ଲାଗି ରେଳପଥ ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସୌରଶକ୍ତି ଓ ବାୟୁଶକ୍ତିର ବ୍ୟବହାର, ବାୟୋ ଟଏଲେଟ, ରେଳପଥକୁ ଇଲେକ୍ଟ୍ରିଫିକେଶନ, ଏଲ୍‌ଇଡି ଲାଇଟ ବ୍ୟବହାର କରାଯାଉଛି। ସବୁଜ ପରିବେଶ ତିଆରି କରିବା ଲାଗି ଧାରଣା କଡରେ ଗଛ ଲଗାଇବା, ବର୍ଷାଜଳ ସଂରକ୍ଷଣ ଓ ବ୍ୟବହୃତ ଜଳକୁ ଚିକିତ୍ସା କରି ପୁନଃ ବ୍ୟବହାର ଯୋଗ୍ୟ କରାଇବା ଆଦି ପଦକ୍ଷେପ ନିଆଯାଇଛି। ସୂଚନାଯୋଗ୍ୟ ଗତମାସ ୨୮ରେ ସମ୍ବଲପୁର ରେଳ ଷ୍ଟେଶନକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷିଦ୍ଧ ଷ୍ଟେଶନ ବୋଲି ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri