ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା: ପ୍ରସ୍ତୁତିର ସମୀକ୍ଷା କଲେ ଡିଜିପି

କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପୋଲିସ ଡିଜି ବିିଜୟ କୁମାର ଶର୍ମା ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ଭୁବନେଶ୍ୱର-କଟକ ପୋଲିସ କମିଶନର, ବିଭିନ୍ନ ରେଞ୍ଜ ଆଇଜି, ଡିଆଇଜି ଏବଂ ସମସ୍ତ ଏସ୍‌ପିଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। ଏଥିସହ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମକୁ ପ୍ରଭାବୀ ଢଙ୍ଗରେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ଓ ଜିଲାସ୍ତରରେ କଲ୍‌ ସେଣ୍ଟର ପ୍ରତିଷ୍ଠା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ରାଜ୍ୟ କ୍ରାଇମ ରେକର୍ଡ ବ୍ୟୁରୋ ଏକ ଡାସ୍‌ବୋର୍ଡ ତିଆରି କରିଛନ୍ତି। ଏହା ଥାନାରେ ଅଭିଯୋଗ କରୁଥିବା ବ୍ୟକ୍ତିବିଶେଷଙ୍କ ଟେଲିଫୋନ ନମ୍ବରର ତାଲିକା ପ୍ରସ୍ତୁତ କରିବ। ରାଜ୍ୟସ୍ତରରେ କଲ୍‌ ସେଣ୍ଟର ରାଜ୍ୟ କ୍ରାଇମ ରେକର୍ଡ ବ୍ୟୁରୋ ଓ ଜିଲାସ୍ତରରେ ଏସ୍‌ପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରିବ। ଥାନାଗୁଡ଼ିକରେ କାର୍ଯ୍ୟରତ କର୍ମଚାରୀଙ୍କ ଆଚରଣ କିଭଳି ବୃତ୍ତିଗତ ଓ ବନ୍ଧୁତ୍ୱପୂର୍ଣ୍ଣ ହେବ ସେ ସଂକ୍ରାନ୍ତରେ ବୈଠକରେ ଆଲୋଚନା କରାଯାଇଛି। ଏଥିପାଇଁ ପ୍ରତ୍ୟେକ ଜିଲାରୁ ଜଣେ ବା ଦୁଇଜଣ ଅଫିସରଙ୍କୁ ପ୍ରଶିକ୍ଷିିତ କରାଯିବ। ସେମାନେ ପ୍ରଶିକ୍ଷଣ ପାଇବା ପରେ ନିଜ ଜିଲାର ସମସ୍ତ କର୍ମଚାରୀଙ୍କୁ ପର୍ଯ୍ୟାୟ କ୍ରମେ ପ୍ରଶିକ୍ଷଣ ଦେବେ। ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଚଳିତମାସ ୩୦ ତାରିଖରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ। ‘ମୋ ସରକାର’ କାର୍ଯ୍ୟକ୍ରମକୁ ଏକ ସୁଯୋଗ ଭାବେ ଗ୍ରହଣ କରିବା ସହ ସେପ୍ଟେମ୍ବର ୩୦ତାରିଖ ଭିତରେ ଯୁଦ୍ଧକାଳୀନଭିତ୍ତିରେ ପ୍ରସ୍ତୁତି କାମ ଶେଷ କରିବାକୁ ଡିଜିପି ଶର୍ମା ସମସ୍ତ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଥାଉ କି, ମୁଖ୍ୟମନ୍ତ୍ରୀ ‘ମୋ ସରକାର’ ବ୍ୟବସ୍ଥା ରାଜ୍ୟରେ କାର୍ଯ୍ୟ କରାଯିବା ନେଇ ସ୍ବାଧୀନତା ଦିବସରେ ଘୋଷଣା କରିଥିବାବେଳେ ଏହା ଗାନ୍ଧୀ ଜୟନ୍ତୀଠାରୁ କାର୍ଯ୍ୟକାରୀ ହେବ ବୋଲି ସୂଚନା ଦେଇଥିଲେ। ଏହି ବ୍ୟବସ୍ଥାରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳର ସଦସ୍ୟ ଏବଂ ପଦସ୍ଥ ଅଧିକାରୀମାନେ ନିୟମିତ ରାଜ୍ୟର ବିଭିନ୍ନ ଥାନାକୁ ସହାୟତା ପାଇଁ ଯାଉଥିବା ଲୋକଙ୍କଠାରୁ ଫୋନ ମାଧ୍ୟମରେ ସେମାନଙ୍କ ମତାମତ ଓ ପ୍ରତିକ୍ରିୟା ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri