ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଓଡ଼ିଶା ପୋଲିସ ସଫଳ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି। ଏହି କାର୍ଯ୍ୟକ୍ରମକୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଏହାକୁ ଦୃଷ୍ଟିରେ ରଖି ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ କମିଶନରେଟ ପୋଲିସ କାର୍ଯ୍ୟାଳୟରେ ଗତ ମାସ ୩୧ତାରିଖରେ ବିଭିନ୍ନ ଜିଲାର ୩୫୦ରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା। ସ୍ବତନ୍ତ୍ର ପ୍ରଶିକ୍ଷକମାନେ କମ୍ପ୍ୟୁଟର ଜ୍ଞାନ କୌଶଳ, ପୋଲିସର ଆଚାର ବ୍ୟବହାର ପରିବର୍ତ୍ତନ, କଲ ସେଣ୍ଟରଗଡ଼ିିକର କାର୍ଯ୍ୟକାରିତା ଉପରେ ପ୍ରଶିକ୍ଷଣ ଦେଇଥିଲେ। ‘ମୋ ସରକାର’ କାର୍ଯ୍ୟକ୍ରମର ରୂପରେଖ କ’ଣ ହେବ ଏବଂ ଏଥିପାଇଁ କି ବ୍ୟବସ୍ଥା କରାଯାଇଛି ସେନେଇ ଡିଜିପି ଶର୍ମା ଶୁକ୍ରବାର କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ପୋଲିସ କମିଶନର, ରାଜ୍ୟର ସମସ୍ତ ରେଞ୍ଜ ଆଇଜି, ଡିଆଇଜି ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ଏହି କାର୍ଯ୍ୟକ୍ରମର ସମୀକ୍ଷା ମଧ୍ୟ କରିଛନ୍ତି।
ରେଞ୍ଜ ଆଇଜି, ଡିଆଇଜି ଏବଂ ଏସ୍‌ପିମାନେ କଲ୍‌ସେଣ୍ଟରଗୁଡ଼ିିକରେ ପ୍ରାପ୍ତ ନାଗରିକଙ୍କ ମତାମତଗୁଡିକୁ ପ୍ରତିଦିନ ବିଶ୍ଲେଷଣ କରି ଆବଶ୍ୟକ ସୁଧାରମୂଳକ ବ୍ୟବସ୍ଥା କିମ୍ବା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି। ମୋ ସରକାର କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କୁ ଉସତ୍ାହିତ କରିବା ଉଦ୍ଦେଶ୍ୟରେ ପୁରସ୍କାର ବ୍ୟବସ୍ଥା କରାଯିବ। ଏଥିସହ ନାଗରିକମାନଙ୍କୁ ଉଚିତ ବ୍ୟବହାର, ଆଚରଣ ଓ ଶିଷ୍ଟାଚାର ପ୍ରଦର୍ଶନ କରୁଥିବା ପୋଲିସ ଅଧିକାରୀଙ୍କୁ ମଧ୍ୟ ପୁରସ୍କୃତ କରାଯିବ। ଏପରି କି ଅଭିଯୋଗକାରୀଙ୍କୁ ଯେଉଁ ପୋଲିସ ଅଫିସର ଉପଯୁକ୍ତ ବ୍ୟବହାର ପ୍ରଦର୍ଶନ କରୁ ନ ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଡିଜିପି ଶର୍ମା କହିଛନ୍ତି।
ଥାନାକୁ ଅଭିଯୋଗ କରିବା ପାଇଁ ଆସୁଥିବା ବ୍ୟକ୍ତିଙ୍କ ମତାମତକୁ ଲେଖି ରଖାଯିବାର ବ୍ୟବସ୍ଥା ରାଜ୍ୟ ପୋଲିସ ପକ୍ଷରୁ କରାଯାଇଛି। ରାଜ୍ୟ ଅପରାଧ ନଥି ସଂସ୍ଥାରେ ରାଜ୍ୟସ୍ତରୀୟ କଲ୍‌ ସେଣ୍ଟର ସ୍ଥାପନ ହୋଇଛି। ଏହି ସଂସ୍ଥା ଓଡ଼ିିଶା ପୋଲିସରେ ମୋ ସରକାର କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ନୋଡାଲ ଏଜେନ୍ସି ଭାବେ କାର୍ଯ୍ୟ କରିବ। ବିଭିନ୍ନ ଜିଲାରେ ଏସ୍‌ପିମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କଲ୍‌ସେଣ୍ଟର ଖୋଲାଯାଇ କାର୍ଯ୍ୟ ଆରମ୍ଭ ହୋଇଛି। ଗତ ୪ତାରିଖଠାରୁ ରାଜ୍ୟ ଏବଂ ଜିଲାସ୍ତରରେ କଲ୍‌ସେଣ୍ଟରଗୁଡ଼ିକ କାର୍ଯ୍ୟକ୍ଷମ ହୋଇଛି। ଥାନାରେ ହେଉଥିବା ଅଭିଯୋଗ ଓ ଅନ୍ୟ ସେବାମୂଳକ କାର୍ଯ୍ୟ ସମ୍ପର୍କିତ ତଥ୍ୟ କଲସେଣ୍ଟରଗୁଡ଼ିିକରେ ଅବସ୍ଥାପିତ ଡ୍ୟାସ୍‌ବୋର୍ଡରେ ପ୍ରତିଫଳିତ ହୋଇଥାଏ। ଅଭିଯୋଗକାରୀଙ୍କଠାରୁ ସେମାନେ ପାଇଥିବା ସେବା ବାବଦରେ ମତାମତ ସଂଗ୍ରହ କରାଯାଇଥାଏ। ଏହାକୁ ରେକର୍ଡିଂ କରି ରଖାଯାଇଥାଏ। ଥାନାରେ ସୁଧାର ଆଣିବା ସହ ନାଗରିକଙ୍କୁ ଉତ୍ତମ ସେବା ଦିଆଯିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୋଲି ଡିଜିପି ଶର୍ମା କହିଛନ୍ତି।
ଏହି ବୈଠକରେ ଅତିରିକ୍ତ ପୋଲିସ ଡିଜି ପ୍ରଣବିନ୍ଦୁ ଆଚାର୍ଯ୍ୟ, ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, ଏସ୍‌.ସି.ଆର୍‌.ବି ନିର୍ଦ୍ଦେଶକ ରାଜେଶ କୁମାରଙ୍କ ସମତେ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri