ଗାନ୍ଧୀ ବିଶେଷାଙ୍କ ଲୋକାର୍ପିତ କଲେ ରାଜ୍ୟପାଳ

ପୁରୀ ଅଫିସ,୨୯।୨: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ତ୍ରୈମାସିକ ସାହିତ୍ୟ ପତ୍ରିକା ସୁଲେଖା ପକ୍ଷରୁ ଗାନ୍ଧୀ ବିଶେଷାଙ୍କ ପ୍ରସ୍ତୁତ କରାଯାଇଛି। ଓଡ଼ିଶାର ବିଭିନ୍ନ କବି ଓ ଲେଖକଙ୍କ ଲେଖାରେ ସମୃଦ୍ଧ ସୁଲେଖାର ଏହି ପ୍ରଥମ ସଂଖ୍ୟାକୁ ଶୁକ୍ରବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସର୍କିଟ ହାଉସ୍‌ ପରିସରରେ ଲୋକାର୍ପଣ କରିଛନ୍ତି। ସୁଲେଖାର ମୁଖ୍ୟ ସମ୍ପାଦକ ସଦାଶିବ ମିଶ୍ର, କବି ରକ୍ଷକ ନାୟକ, ସୁଲେଖା ସମ୍ପାଦନାମଣ୍ଡଳୀ ସଭ୍ୟ ଶିବସୁନ୍ଦର ମିଶ୍ର, ସୁରେଶ ପଟ୍ଟନାୟକ, ବିଶିଷ୍ଟ ଗାନ୍ଧୀବାଦୀ ଲେଖକ ଗୌରାଙ୍ଗ ଚରଣ ପରିଡ଼ା, କିରଣ ଜ୍ୟୋତି ସଙ୍ଗୀତ ପରିଷଦର ପ୍ରତିଷ୍ଠାତା ନାରାୟଣ ଚନ୍ଦ୍ର ସିହ୍ନା, ଶ୍ରୀକ୍ଷେତ୍ର ଲେଖକ ସାମ୍ମୁଖ୍ୟ ସମ୍ପାଦକ କୃଷ୍ଣଚନ୍ଦ୍ର ରଥ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ରାଜ୍ୟପାଳ ଗୌରାଙ୍ଗ ପରିଡ଼ାଙ୍କ ମହାତ୍ମାଙ୍କ ମନକଥା ଏବଂ କିରଣ ଜ୍ୟୋତି ସଙ୍ଗୀତ ପରିଷଦର ମୁଖପତ୍ର ତାନପୁରାକୁ ମଧ୍ୟ ଉନ୍ମୋଚିତ କରିଥିଲେ। ଗାନ୍ଧୀଙ୍କ ଜୟନ୍ତୀ ଉପଲକ୍ଷେ ଏଭଳି ସାରସ୍ବତ ଶ୍ରଦ୍ଧାଞ୍ଜଳିକୁ ରାଜ୍ୟପାଳ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri