ଗାନ୍ଧୀ ମାର୍ଗରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୬।୮(ଅନିଲ ଦାସ):ଚଳିତବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହିତ ସୋମବାର ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।ବୈଠକର ଆଲୋଚନାରୁ ଜଣାଯାଇଛି, ଚଳିତବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।
ଏହି ଅବସରରେ ଜିଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାଧୀନତା ଦିବସ ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?