ଫିରିଙ୍ଗିଆ,୧୦ା୮: ଗୋଟିଏ ବିଦ୍ୟାଳୟର ଶିକ୍ଷକ ଅନ୍ୟ ବିଦ୍ୟାଳୟକୁ ଯାଇ ସେଠାରେ ଥିବା ଶିକ୍ଷକ ଏବଂ ପିଲାମାନଙ୍କୁ ଗାଳି ଗୁଲଜ କରିବା ମହଙ୍ଗା ପଡିଛି ା ଏ ନେଇ ଫିରିଙ୍ଗିଆ ବ୍ଲକ ଶିକ୍ଷାଧିକାରୀଙ୍କ ପାଖରେ ଅଭିଯୋଗ ହେବାରୁ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ପାଦେରିପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସଞ୍ଜୟ କୁମାର ଦିଗାଲ। ମିଳିଥିବା ସୂଚନା ଅନୁଯାୟୀ, ଶିକ୍ଷକ ଦିଗାଲ କିଛିଦିନ ତଳେ ଡିଣ୍ଡିରାଗଁା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇଥିଲେ। ସେଠାରେ କିଛି କାରଣ ନ ଥାଇ ଶିକ୍ଷକମାନଙ୍କୁ ଗାଳି ଗୁଲଜ କରି ପିଲାମାନଙ୍କୁ ପଢ଼ାଇବାକୁ କହିଥିଲେ। ଘଟଣା ନେଇ ବିଇଓଙ୍କ ପାଖରେ ଅଭିଯୋଗ ହୋଇଥିଲା। ବିଇଓ ବିନୋଦ କୁମାର ଦିଗାଲ ତଦନ୍ତ ପରେ ସଞ୍ଜୟଙ୍କୁ ନିଲମ୍ବିତ କରିଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ କରଣ୍ଡାଗଡ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ କାର୍ଯ୍ୟ କରିବାକୁ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି।
ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ
ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…
ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…
କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍ ଅଫ୍ ନଲେଜ୍ ବିଦ୍ୟାଳୟର କୁନି କୁନି ଶିଶୁମାନେ…
ରାଇକିଆରେ ୮୦ତମ ସ୍ବାଧୀନତା ଦିବସ
ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…
ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆରେ ବ୍ଲକ୍ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…
ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…
ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…
ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର
ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…
ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…
ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…
Archives

