Posted inଖେଳ

ଗାଳି ହେବାରୁ ନିଷ୍ପତ୍ତି ବଦଳାଇଲେ ଅମ୍ପାୟର

ମୋହାଲି,୩।୧-ସ୍ଥାନୀୟ ଆଇ.ଏସ୍‌. ବିନ୍ଦ୍ରା ଷ୍ଟାଡିୟମଠାରେ ଦିଲ୍ଲୀ ଓ ପଞ୍ଜାବ ମଧ୍ୟରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ଏକ ବିବାଦୀୟ ଘଟଣା ଦେଖିବାକୁ ମିଳିଛି। ପଞ୍ଜାବର ଯୁବ ବ୍ୟାଟ୍ସମ୍ୟାନ ଶୁବମନ ଗିଲ୍‌ ଆଉଟ୍‌ ହେବା ପରେ କ୍ରିଜ୍‌ ଛାଡ଼ିବାକୁ ମନା କରିଥିଲେ। ଅମ୍ପାୟରଙ୍କୁ ଗାଳି ମଧ୍ୟ ଦେଇଥିଲେ। ଏହାପରେ ଆଉଟ୍‌ ନିଷ୍ପତ୍ତିି ଫେରାଇ ନେଇଥିଲେ ପଦାର୍ପଣ କରୁଥିବା ଅମ୍ପାୟର ପାଶ୍ଚିମ ପାଠକ। ଏ ଘଟଣା ସମ୍ପର୍କରେ ବୋଲିଂ କରୁଥିବା ଦିଲ୍ଲୀ ଦଳର ଅଧିନାୟକ ନୀତୀଶ ରାଣା କହିଛନ୍ତି, ଆଉଟ୍‌ ହେବା ପରେ ଶୁବମନ ଅମ୍ପାୟର ପାଶ୍ଚିମ ପାଠକଙ୍କୁ ନିକଟକୁ ଯାଇ ଗାଳିକରିଥିଲେ। ଅମ୍ପାୟର ନିଷ୍ପତ୍ତି ବଦଳାଇବା ପରେ ଦିଲ୍ଲୀ ଦଳର ଖେଳାଳିମାନେ ଫିଲ୍ଡ ଛାଡ଼ି ପଳାଇଥିଲେ। ଫଳରେ ମ୍ୟାଚ୍‌ ବାଧାପ୍ରାପ୍ତ ହୋଇଥିଲା। ଖେଳ ଆରମ୍ଭ କରିବା ପାଇଁ ମ୍ୟାଚ୍‌ ରେଫରିଙ୍କୁ ହସ୍ତକ୍ଷେପ କରିବାକୁ ପଡ଼ିଥିଲା। ଶେଷରେ ୨୦ ବର୍ଷୀୟ ଗିଲ୍‌ ସିମରଜିତ ସିଂଙ୍କ ବଲରେ ଆଉଟ୍‌ ହୋଇଥିଲେ। ଆଉଟ୍‌ ହେବା ପୂର୍ବରୁ ୪୧ ବଲରେ ୨୩ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri