ଗାଳ୍ପିକ ଅମରେଶଙ୍କୁ ‘କହ୍ନେଇ କଥା ପୁରସ୍କାର’

ବାଲେଶ୍ୱର ଅଫିସ, ୧୧।୬- ଓଡ଼ିଆ କଥା ସାହିତ୍ୟର ପ୍ରଚଣ୍ଡ ପ୍ରତିଭାଧାରୀ ଗାଳ୍ପିକ ସ୍ବର୍ଗତ କହ୍ନେଇଲାଲ୍‌ ଦାସଙ୍କ ସ୍ମୃତିରେ ପ୍ରଦତ୍ତ ‘କହ୍ନେଇ କଥା ପୁରସ୍କାର’ ଚଳିତବର୍ଷ ପାଇଁ ଯୁବ ଗାଳ୍ପିକ ଅମରେଶ୍‌ ବିଶ୍ୱାଳଙ୍କୁ ପ୍ରଦାନ କରାଯିବ ବୋଲି ସ୍ମୃତି ସଂସଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ସନ୍ଧ୍ୟାରେ କହ୍ନେଇଲାଲଙ୍କ ୭୨ତମ ସମାରୋହ ପାଳନ ପାଇଁ ପ୍ରସ୍ତୁତି ବୈଠକ କରାଯାଇ ସମାରୋହର ରୂପରେଖ ପ୍ରସ୍ତୁତ କରାଯାଇଛି।

କବି ଶ୍ରୀଦେବ ଓ ଗାଳ୍ପିକ ଗୌତମବୁଦ୍ଧ ଦାସଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ସଂସଦ ସଭାପତି ଡକ୍ଟର ସୁବାସ ଚନ୍ଦ୍ର ପାତ୍ର ଅଧ୍ୟକ୍ଷତା କରିଥିଲେ। ପ୍ରାରମ୍ଭରେ ପ୍ରଖ୍ୟାତ ଲେଖକ, ନାଟ୍ୟକାର, ଚଳଚ୍ଚିତ୍ର ନିର୍ଦ୍ଦେଶକ ଗିରିଶ କନ୍ନଡ଼ଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଅଣାଯିବା ସହ ୨ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା। ସଂସଦ ସମ୍ପାଦକ କବି ଉପତ୍ଳ ମହାନ୍ତି କାର୍ଯ୍ୟକ୍ରମର ରୂପରେଖ ସମ୍ପର୍କରେ ସୂଚନା ଦେବା ସହ ଚଳିତବର୍ଷର ବଜେଟ୍‌ ବାବଦରେ ଆଲୋଚନା କରିଥିଲେ। ସଂସଦର କାର୍ଯ୍ୟକାରୀ ସଭାପତି ତଥା ପୁରସ୍କାର କମିଟିର ମୁଖ୍ୟ କୃଷ୍ଣକୁମାର ମହାନ୍ତି ପୁରସ୍କାର ପାଇଁ ସମ୍ଭାବ୍ୟ ନାମ ତାଲିକା ପ୍ରକାଶ କରିବା ପରେ ତନ୍ମଧ୍ୟରୁ ଅମରେଶ୍‌ ବିଶ୍ୱାଳଙ୍କୁ ଉପସ୍ଥିତ କର୍ମକର୍ତ୍ତାମାନେ ସର୍ବସମ୍ମତି କ୍ରମେ ମନୋନୀତ କରିଥିଲେ। ତଦନୁସାରେ ଚଳିତ ଜୁନ୍‌ ୨୭ତାରିଖ ଗୁରୁବାର ସନ୍ଧ୍ୟାରେ କଳିଙ୍ଗ ହୋଟେଲ ସମ୍ମିଳନୀ କକ୍ଷରେ ଜୟନ୍ତୀ ସମାରୋହ ପାଳନ କରାଯିବା ସହ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଏହି ସମାରୋହରେ ବିଶିଷ୍ଟ ଗାଳ୍ପିକା ସରୋଜିନୀ ସାହୁ ଏବଂ କଥାକାର ସଦାନନ୍ଦ ତ୍ରିପାଠୀ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ‘କହ୍ନେଇ କଥା ପୁରସ୍କାର’ ବିଜେତାଙ୍କୁ ମାନପତ୍ର, ଉତ୍ତରୀୟ ଓ ଉପଢ଼ୌକନ ସହ ୫ ହଜାର ଅର୍ଥରାଶି ପୁରସ୍କାର ସ୍ବରୂପ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯିବାର ନିଷ୍ପତ୍ତି ହୋଇଛି। ଗାଳ୍ପିକ ନିବାରଣ ଜେନା, ଗଙ୍ଗାଧର ବିଶ୍ୱାଳ, ରଂଜନ ବାଗ, ବ୍ୟୋମନାଥ ରଥ, ସ୍ମୃତି ଦାସ, ଦିଲୀପ ପାଲ, ଶୁଭେନ୍ଦୁ ଦାସ, ଅଞ୍ଜନ ଚାନ୍ଦ, ରାମ ନାରାୟଣ ଦେ ଓ ସହସମ୍ପାଦକ ଯାଦବେଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri