ଗାୟତ୍ରୀ କମ୍ପାନୀ ଅଫିସ ସମ୍ମୁଖରେ ଆନ୍ଦୋଳନ: ବାହାର ଜିଲାର ଶ୍ରମିକ ନିୟୋଜିତ ଅଭିଯୋଗ

ଛେଣ୍ଡିପଦା, ୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା କତଡ଼ା ପଞ୍ଚାୟତସ୍ଥିତ ଗାୟତ୍ରୀ କନ୍‌ଷ୍ଟ୍ରକ୍ସନ କମ୍ପାନୀ କରୋନା ସଂକ୍ରମିତ ଜିଲାରୁ ଶ୍ରମିକଙ୍କୁ ଆଣି କାର୍ଯ୍ୟରେ ନିୟୋଜିତ କରୁଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ କମ୍ପାନୀ ଫାଟକ ସମ୍ମୁଖରେ ମଙ୍ଗଳବାର ଆନ୍ଦୋଳନ କରିଥିଲେ। ଏହାକୁ ନେଇ ସେଠାରେ ତୀବ୍ର ଉତ୍ତେଜନା ଦେଖାଦେଇଥିଲା।
ଅଭିଯୋଗ ମୁତାବକ, କମ୍ପାନୀ ସରକାରୀ ନିୟମ ଉଲ୍ଲଂଘନ କରି କରୋନା ସଂକ୍ରମିତ ଜିଲାର ଶ୍ରମିକଙ୍କୁ କାର୍ଯ୍ୟରେ ଲଗାଇଛି। ଏହାର ପ୍ରତିବାଦ କରିବାରୁ କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ଆନ୍ଦୋଳନକାରୀଙ୍କ ଯୁକ୍ତିତର୍କ ହୋଇଥିଲା। ଖବର ପାଇ ଜରପଡ଼ା ଥାନାଧିକାରୀ ପ୍ରଦୀପ କୁମାର ପ୍ରଧାନ, ସବ୍‌ଇନ୍ସପେକ୍ଟର ଆଶିଷ କୁମାର ସ୍ବାଇଁ ପ୍ରମୁଖ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ ଆନ୍ଦୋଳନକାରୀମାନେ କାହା କଥା ନ ଶୁଣି ପୋଲିସକୁ ଘେରାଉ କରିଥିଲେ। ଅନୁଗୋଳ ଏସ୍‌ଡିପିଓ ଅଶ୍ୱିନୀ କୁମାର ସାହୁ ଏକ ପ୍ଲାଟୁନ ଫୋର୍ସ ନେଇ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ। ତହସିଲଦାର ତଥା ମାଜିଷ୍ଟ୍ରେଟ ଡାନିଏଲ ଏକ୍କା ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଥିଲେ। ଏ ସମ୍ପର୍କରେ ତହସିଲଦାର କୁହନ୍ତି, ସରକାରୀ ନିୟମାନୁଯାୟୀ ଜିଲାପାଳଙ୍କ ସ୍ବତନ୍ତ୍ର ଅନୁମତିକ୍ରମେ ଉନ୍ନତିମୂଳକ କାର୍ଯ୍ୟକ୍ରମ, ରାସ୍ତା ଓ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଚାଲୁ ରହିବ। ଆବଶ୍ୟକ ମୁତାବକ ଅନ୍ୟ ଜିଲାର ଶ୍ରମିକଙ୍କୁ ବିଭିନ୍ନ କ୍ଷେତ୍ରରେ ନିୟୋଜିତ କରାଯାଇପାରିବ। ଜରପଡା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡା. ରାକେଶ ରଞ୍ଜନ ବେହେରାଙ୍କ ସମେତ ସ୍ବାସ୍ଥ୍ୟ କର୍ମଚାରୀମାନେ ପହଞ୍ଚି ବାହାର ଜିଲାରୁ ଆସିଥିବା ୧୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ଜଣାପଡିଛି। ନିୟମିତ ବ୍ୟବଧାନରେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। କମ୍ପାନୀ ପକ୍ଷରୁ ଖୋଲାଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଶ୍ରମିକମାନେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୋଲିସ ପ୍ରଶାସନ ଏ ଦିଗରେ ସଜାଗ ରହିଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri