Posted inଫୁରସତ

ଗିଟାର ଆକୃତିର ହୋଟେଲ: ରାତିଏ ରହିଲେ ଦେବାକୁ ପଡ଼େ…

ଓ୍ବାଶିଂଟନ: ବିଭିନ୍ନ ପ୍ରକାର ହୋଟେଲ ଦେଖିଥିବେ। ମାତ୍ର ଗିଟାର ଆକୃତିର ହୋଟେଲ କେବେ ଦେଖିଛନ୍ତି। ଏପରି ହୋଟେଲ ଆମେରିକାର ଫ୍ଲୋରିଡ଼ାର ହଲିଉଡ୍‌ରେ ରହିଛି। ୩୨ ମହଲା କୋଠା ବିଶିଷ୍ଟ ଏହି ହୋଟେଲଟି ୪୫୦ଫୁଟ ଉଚ୍ଚର ହୋଇଥିବା ବେଳେ ଏଥିରେ ୬୩୮ଟି ବିଳାସପୂର୍ଣ୍ଣ କୋଠରି ରହିଛି। ଗୋଟିଏ କୋଠରିରେ ରାତିରେ ରହିବାକୁ ହେଲେ ଗ୍ରାହକଙ୍କୁ ୭୦ ହଜାର ଟଙ୍କା ଦେବାକୁ ପଡ଼ିଥାଏ। ଏହି ହୋଟେଲ ନିର୍ମାଣରେ ୧.୫ ବିଲିୟନ ଡଲାର ଖର୍ଚ୍ଚ ହୋଇଛି।

ଖାଲି ଗିଟାର ଆକୃତିର ନୁହେଁ, ଏଠାରେ ସଙ୍ଗୀତର ମୂର୍ଚ୍ଛନା ପାଇଁ ମଧ୍ୟ ସୁବ୍ୟବସ୍ଥା କରାଯାଇଛି। ଏଥିରେ ଏକ ବଡ଼ ହଲ ରହିଛି, ଯେଉଁଠାରେ ୬,୫୦୦ ଅତିଥି ଏକାଠି ବସି କାର୍ଯ୍ୟକ୍ରମ ଉପଭୋଗ କରିପାରିବେ। ଏଥିସହିତ କ୍ୟାମ୍ପସର ୧୩ ଏକର ଜମିରେ ଏକ ଲାଗୁନ ପୁଲ୍‌, ୩୨ ହଜାର ବର୍ଗଫୁଟରେ ସ୍ପା ଏବଂ ସେଲୁନ୍‌ ଆଦି ରହିଛି। ହୋଟେଲ କାନ୍ଥରେ ଛୋଟଛୋଟ ଗଛ ମଧ୍ୟ ଲଗାଯାଇଛି। ଏଠାରେ ୧୯ଟି ରେଷ୍ଟୁରାଣ୍ଟ ରହିଛି। ହୋଟେଲର ନିର୍ମାଣଶୈଳୀ ବେଶ୍‌ ଆକର୍ଷଣୀୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri