ଗିନିଜ୍‌ ବୁକ୍‌ ରେକର୍ଡ ପାଇଁ ରଥ ଯାଞ୍ଚ

କେନ୍ଦୁଝର,୩ା୮(ଡି.ଏନ.ଏ.)- କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ନନ୍ଦିଘୋଷ ରଥରର ଉଚ୍ଚତା ୭୨ଫୁଟ ଓ ଗୋଲେଇ ୪୫ଫୁଟ। ଏହାକୁ ବିଶ୍ୱର ସର୍ବୋଚ୍ଚ ରଥ କୁହାଯାଇଥାଏ। ଏହାକୁ ଗିନିଜ୍‌ ବୁକ୍‌ରେ ସ୍ଥାନ ଦେବା ସକାଶେ ଦୀର୍ଘଦିନରୁ ଦାବି ହୋଇ ଆସୁଥିଲା। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବାହ୍ନରେ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ ଦଳ କେନ୍ଦୁଝର ଗସ୍ତ କରି ପୁରୁଣା ସହରରେ ଥିବା ରଥକୁ ଯାଞ୍ଚ କରିଥିଲେ। ସେମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ଓ ବେସରକାରୀ ବ୍ୟକ୍ତିବିଶେଷଙ୍କ ମତାମତ ଲୋଡିବା ସହ ରଥର ଉଚ୍ଚତା ଓ ଗୋଲେଇର ଭିଡିଓ କରିଥିଲେ। ଏହି ଯାଞ୍ଚ ବେଳେ କେନ୍ଦୁଝର ଉପଜିଲାପାଳ ତଥା ଦେବୋତ୍ତର ନିର୍ବାହୀ ଅଧିକାରୀ ସୋମନାଥ ପ୍ରଧାନ, ପୂର୍ତ୍ତ ବିଭାଗର ନିର୍ବାହୀଯନ୍ତ୍ରୀ ଇଂ ପ୍ରଦୀପ କୁମାର ରଥ, ସହକାରୀ ଯନ୍ତ୍ରୀ ଇଂ ଗୌରହରୀ ମହାନ୍ତ, ସଂଗ୍ରାହକ ସୁଜିତ କୁମାର ପଟ୍ଟନାୟକ, ରଥ ମହାରଣା ନୀଳମଣି ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ମନ୍ଦିର ସୁପରଭାଇଜର ପଞ୍ଚାନନ ସାହ ଏବଂ ମ୍ୟାନେଜର ପ୍ରସନ୍ନ କୁମାର ରାଉତଙ୍କ ସମେତ ମନ୍ଦିର ପ୍ରଶାସନର ବରିଷ୍ଠ କର୍ମଚାରୀ ରାଜକିଶୋର ପଣ୍ଡା, ଦ୍ୱାରିକା ପ୍ରସାଦ ରଥ ଓ ସ୍ଥାନୀୟ ଅଞ୍ଚଳର ବହୁ ବରିଷ୍ଠ ନାଗରିକ ମତାମତ ରଖିଥିଲେ। ପୂର୍ବରୁ ଏହି ରଥ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡ ସମେତ ୫ଟି ବିରଳ ରେକର୍ଡରେ ସ୍ଥାନ ପାଇବାର ଯୋଗ୍ୟତା ହାସଲ କରିଛି। ଆନ୍ତର୍ଜାତୀୟସ୍ତରରେ ସବୁଠାରୁ ସମ୍ମାନସ୍ପଦ ଗିନିଜ୍‌ ବୁକ୍‌ ଅଫ୍‌ ରେକର୍ଡସରେ ଏହାକୁ ସ୍ଥାନ ଦେବା ସକାଶେ ସେମାନେ ସୁପାରିଶ କରିବେ ବୋଲି ଶୁକ୍ରବାର ଅପରାହ୍ନରେ ପ୍ରତିନିଧି ଦଳ ଯାଞ୍ଚ ପରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri