ଦାରିଙ୍ଗବାଡି,୨୬ା୨(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଛଡ଼ାକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ବିଧବା ରୋଷେୟାଙ୍କୁ ଅସଦାଚରଣ କରାଯାଉଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ମଙ୍ଗଳବାର ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ଯିଶାୟ ପ୍ରଧାନ ଓ କୁକ କମ୍ ଆଟେଣ୍ଡାଣ୍ଟ ସଂସାରୀ ଦିଗାଲ୍ଙ୍କୁ ଗିରଫ କରିଛି। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଦାରିଙ୍ଗବାଡ଼ି ଥାନା ଆଇଆଇସି କୌଶିକ ମାଝି ସୂଚନା ଦେଇଛନ୍ତି ।
ପୋଲିସ ସୂଚନା ଅନୁଯାୟୀ, ମହିଳା ଜଣକ ଗତ ୪ବର୍ଷ ହେଲା ଉକ୍ତ ବିଦ୍ୟାଳୟରେ ରେଷେୟା ଭାବେ ନିଯୁକ୍ତି ପାଇ ହଷ୍ଟେଲରେ ରୋଷେଇ କରୁଥିଲେ। ପ୍ରଧାନଶିକ୍ଷକ ପ୍ରଧାନ ଏବଂ ଆଟେଣ୍ଡାଣ୍ଟ ସଂସାରୀ ତାଙ୍କୁ ବିଭିନ୍ନ ସମୟରେ ଅସଦାଚରଣ କରି ଆସୁଥିଲେ। ଏ ସମ୍ପର୍କରେ କାହାରିକୁ କହିଲେ ଚାକିରିରୁ ବିଦା କରିଦେବେ ବୋଲି ଧମକ ଦେଉଥିଲେ। ଗତ ୩ ବର୍ଷ ହେଲା ରୋଷେୟା ଜଣକ ଏଭଳି ନିର୍ଯାତନା ପାଇ ଆସୁଥିଲେ ମଧ୍ୟ ଭୟରେ କାହାରିକୁ ଜଣାଉ ନ ଥିଲେ । ପରେ ଏ ନେଇ ସେ ପରିବାର ଲୋକଙ୍କୁ ଜଣାଇ ଥାନାରେ ଅଭିଯୋଗ କରିଥିଲେ । ନଂ.୨୬/୨୦ରେ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା। ସୋମବାର ଅଭିଯୁକ୍ତ ପ୍ରଧାନ ଶିକ୍ଷକ ଏବଂ ଆଟେଣ୍ଡାଣ୍ଟଙ୍କୁ ଥାନାକୁ ଆଣି ପଚରାଉଚୁରା କରାଯିବା ପରେ ମଙ୍ଗଳବାର ଗିରଫ କରାଯାଇଛି।
Posted inଆମ ଜିଲା ଖବର, କନ୍ଧମାଳ View All
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….
ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…
Archives

