ଗୀତ ଗାଇ ସଚେତନ କରାଇଲେ ବିଡିଓ

ଖଇରା, ୧୫।୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ କାର୍ଯ୍ୟରତ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରି ଚର୍ଚ୍ଚାକୁ ଆସିଛନ୍ତି। ପ୍ରଥମେ ସେ ଗାଁ ଗହଳିରୁ ମଦ ଜବତ କରିବା ସହ ହାଟରେ ସାମାଜିକ ଦୂରତ୍ୱ ପଦ୍ଧତି ଶିଖାଇଥିଲେ। ମଙ୍ଗଳବାର ସେ ରପେୟା ପଞ୍ଚାୟତକୁ ଯାଇ ଗୀତ ଗାଇ ଲୋକଙ୍କୁ ସଚେତନତା ବାର୍ତ୍ତା ଦେବା ବେଶ ନିଆରା ଥିଲା। ରାଶନ କାର୍ଡ ଓ ନିର୍ମାଣ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ଅର୍ଥକୁ ନେବା ପାଇଁ ଆସିଥିବା ହିତାଧିକାରୀମାନେ ବିଡିଓଙ୍କ ଗୀତରେ ଉତ୍ସାହିତ ହୋଇ ସାମାଜିକ ଦୂରତା ରକ୍ଷା କରି ଜଣକ ପରେ ଜଣେ ଅର୍ଥ ସହିତ ମାସ୍କ ଓ ସାବୁନ ନେଇ ଘରକୁ ଯାଇଥିଲେ ା ଅର୍ଥ ବଣ୍ଟନ କାର୍ଯ୍ୟକ୍ରମରେ ନୂତନ ନିଯୁକ୍ତ ନିର୍ବାହୀ ଅଧିକାରିଣୀ ଆରତୀ ବେହେରା, ସ୍ଥାନୀୟ ସରପଞ୍ଚ ଅଜୟ କୁମାର ସାମଲ, ସମିତିସଭ୍ୟା ଅନୀତା ନାୟକ, ସମାଜମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ତ୍ରିଦୀବ ସୁନ୍ଦର ବରାଳ, ଅନ୍ତରା ସମବାୟ ସମିତି ସମ୍ପାଦକ ବିକାଶ ନାୟକ, ଯନ୍ତ୍ରୀ ନିର୍ମଳକାନ୍ତ ପରିଡା, ଶିକ୍ଷକ ପ୍ରଶାନ୍ତ ତ୍ରିପାଠୀ ଓ ବିନୋଦ ନାୟକ ପ୍ରମୁଖ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri