ଗୀତ ଗାଇ ସଚେତନ କଲେ ଥାନାଧିକାରୀ

ବିଞ୍ଝାରପୁର,୧୫ା୪(ଡି.ଏନ.ଏ): କରୋନା ମହାମାରୀ ଏବେ ସମଗ୍ର ବିଶ୍ୱରେ ତାଣ୍ଡବ ରଚିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧକମୂଳକ ସଚେତନତା ଅବଲମ୍ବନ କରିବାକୁ ପରାମର୍ଶ ଦେଉଛନ୍ତି। ଏହି ସଚେତନତା ବାର୍ତ୍ତାକୁ ଘରେଘରେ ପହଞ୍ଚାଇବାକୁ ବିଞ୍ଝାରପୁର ଥାନାଧିକାରୀ ଶିବ ଚରଣ ବେହେରା ଏକ ନିଆରା ଉଦ୍ୟମ କରିଛନ୍ତି। ସାମାଜିକ ଦୂରତ୍ୱ ଅବଲମ୍ବନ କରିବା, ବାରମ୍ବାର ହାତ ଧୋଇବା ଆଦି ସଚେତନତା ଉପରେ ଥାନାଧିକାରୀ ଶିବଚରଣ ବେହେରା ନିଜସ୍ବ ରଚନାରେ ଗୀତ ଗାଇ ଏକ ନିଆରା ଢଙ୍ଗରେ ସଚେତନତାର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇଛନ୍ତି। ବିଞ୍ଝାରପୁର ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ଥାନାଧିକାରୀ ମାଇକ ଯୋଗେ ଗୀତ ଗାଇ ସମସ୍ତଙ୍କୁ ସଚେତନ କରିଥିଲେ। ଥାନାଧିକାରୀଙ୍କ ଗୀତ ଗାଇବା ଘଟଣା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ…

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି…

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri