ଗୀତ ମାଧ୍ୟମରେ କରୋନା ସଚେତନତା

କଟକ ଅଫିସ,୨୭ା୪: କରୋନା ମହାମାରୀ ପାଇଁ ସମଗ୍ର ବିଶ୍ୱ ଭୟଭୀତ। ଏପର୍ଯ୍ୟନ୍ତ ଏହାର ନିରାକରଣ ପାଇଁ ଟିକା କିମ୍ବା ଔଷଧ ବାହାରି ନ ଥିବାରୁ ସ୍ବଚ୍ଛତା, ସାମାଜିକ ଦୂରତା ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଉଛି। ଏ ନେଇ ମଧ୍ୟ ବିଭିନ୍ନ ଉପାୟରେ ଲୋକଙ୍କୁ ସଚେତନ କରାଯାଉଛି। ଏବେ ଗୀତ ‘ପୁଣି ହସିବ ଓଡ଼ିଶା’ ମାଧ୍ୟମରେ ଜନସଚେତନତା ସୃଷ୍ଟି ଲାଗି ପ୍ରୟାସ କରିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ୍‌ ଆନନ୍ଦ ଏବଂ ଅବିନାଶ ନନ୍ଦ। ଏହି ଗୀତ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯୁବପିଢିଙ୍କଠାରୁ ଆରମ୍ଭ କରି ବୁଦ୍ଧିଜୀବୀ ପର୍ଯ୍ୟନ୍ତ ସମସ୍ତେ ଏହି ଗୀତକୁ ବେଶ୍‌ ପସନ୍ଦ କରୁଛନ୍ତି। ଏହି ଗୀତରେ ଗାଁ ଓ ସହରର ପାଣି ପବନ ଆଦିକୁ ଚିତ୍ରିତ କରାଯାଇଛି। ଗୀତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ବାର୍ତ୍ତା ଦେଇଛନ୍ତି। ଗୀତିକାର ବସନ୍ତରାଜ ସାମଲ ଗୀତଟିକୁ ଲେଖିଥିବାବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ ଆନନ୍ଦ। କଣ୍ଠଦାନ କରିଛନ୍ତି ସବିଶେଷ, ଦୀପ୍ତିରେଖା ଓ ବିଶ୍ୱଜିତ। ଏହି ଗୀତର ଭିଡିଓରେ ଅଭିନେତ୍ରୀ ମହେଶ୍ୱତା ରାୟ, ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ପଦ୍ମଶ୍ରୀ ତୁଳସୀ ମୁଣ୍ଡା ପ୍ରମୁଖ ଅଭିନୟ କରିଥିବାବେଳେ କ୍ରିଏଟିଭ ଡାଇରେକ୍ଟର ଭାବେ ଅବିନାଶ ନନ୍ଦ ଦାୟିତ୍ୱ ନିର୍ବାହ କରିଥିଲେ। ଏହି ଗୀତ ଗୋଟିଏ ସପ୍ତାହ ମଧ୍ୟରେ ଟିକ୍‌ଟକ୍‌ରେ ଅଧିକ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri