ଗୁଁଡ଼ିଖାଇ: ଠାକୁରଙ୍କୁ ଲାଗିହେଲା ବସନ୍ତଋତୁ ଫଳ

ବିଜେପୁର୯।୩(ଡି.ଏନ୍‌.ଏ.): ନୂଆଁଖାଇ ପରି ଗୁଁଡିଖାଇ ପଶ୍ଚିମ ଓଡ଼ିଶାର ଏକ କୃଷିଭିତ୍ତିକ ପର୍ବ। ତେଣୁ ବରଗଡ଼ ଜିଲା ବିଜେପୁର ବ୍ଲକର ପୁରପଲ୍ଲୀରେ ଉତ୍ସାହ ଉଦ୍ଦୀପନା ମଧ୍ୟରେ ଗୁଁଡିଖାଇ ପର୍ବ ସୋମବାର ପାଳିତ ହୋଇଯାଇଛି। ବଡି ଭୋରରୁ ଘରର ଇଷ୍ଟ ଦେବଦେବୀଙ୍କ ନିକଟରେ ବସନ୍ତ ଋତୁରେ ମିଳୁଥିବା ଆମ୍ବ, ଚାର, ମହୁଲ, କେନ୍ଦୁ, ଆଁକେଲ ସହ ଚଣା, ଗୁଡ, ସାଗରପଟି ଆଦିକୁ ପଳାଶ ପତ୍ରର ଚଉପଦୀରେ ରଖି ଭୋଗ ଲଗାଯାଇଥିଲ। ଏହା ସହିତ ଠାକୁରଙ୍କୁ ପଳାଶ ଫୁଲ ଓ ଫଗୁ ଲାଗି କରାଯାଇଥିଲା। ଚଳିତ ବର୍ଷ ଲାଗି ହୋଇଥିବା ଏହି ଫଳଗୁଡିକ ପ୍ରଚୁର ପରିମାଣରେ ଅମଳ ହେଉ ବୋଲି ଠାକୁରଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା। ଠାକୁରଙ୍କ ନିକଟରେ ଏହି ଫଳଫୁଲ ଲାଗି ନ ହେବାଯାଏଁ ଏହାକୁ ଖାଇବା ତ ଦୂରର କଥା ଘରକୁ ଆଣିବା ମଧ୍ୟ ପାପ ବୋଲି ଲୋକବିଶ୍ୱାସ ରହିଛି। ଭୋଗ ପରେ ଘରର ମୁଖିଆ ସମସ୍ତଙ୍କୁ ଏହି ପ୍ରସାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri