ଗୁଗଲ ପେ ପେମେଣ୍ଟ ସିଷ୍ଟମ ଅପରେଟର ନୁହେଁ

ନୂଆଦିଲ୍ଲୀ,୨୦।୬:ଗୁଗଲ ପେ ତୃତୀୟ ପକ୍ଷ ଆପ୍‌ ପ୍ରୋଭାଇଡର କିମ୍ବା କୌଣସି ପେମେଣ୍ଟ ସିଷ୍ଟମ ପରିଚାଳନା କରୁନାହିଁ। ଦିଲ୍ଲୀ ଉଚ୍ଚ ନ୍ୟାୟାଳୟଙ୍କୁ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏଭଳି ଉତ୍ତର ରଖାଯାଇଛି। ଏଣୁ ଏହାର ପରିଚାଳନା କୌଣସି ଆଇନ ଉଲ୍ଲଂଘନ କରୁନାହିଁ ବୋଲି କେନ୍ଦ୍ରୀୟ ବ୍ୟାଙ୍କ ଉଚ୍ଚ ନ୍ୟାୟାଳୟଙ୍କୁ କହିଛି। ଏହି ମାମଲା ଉପରେ ଦିଲ୍ଲୀ ହାଇକୋର୍ଟ ଚିଫ୍‌ ଜଷ୍ଟିସ ଡି.ଏନ୍‌. ପଟେଲ ଏବଂ ଜଷ୍ଟିସ ପ୍ରତୀକ ଜଲାଲଙ୍କ ଖଣ୍ଡପୀଠ ଶୁଣାଣି କରୁଛନ୍ତି। ନ୍ୟାଶନାଲ ପେମେଣ୍ଟସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏନ୍‌ପିସିଆଇ) ପକ୍ଷରୁ ପ୍ରକାଶ ପାଇଥିବା ଅଧିକୃତ ପେମେଣ୍ଟ ସିଷ୍ଟମ ଅପରେଟରଙ୍କ ତାଲିକାରେ ଗୁଗଲ ପେ ନାହିଁ କାରଣ ଏହା ପେମେଣ୍ଟ ସିଷ୍ଟମ ପରିଚାଳନା କରୁନାହିଁ। ଆର୍‌ବିଆଇଠାରୁ ଆବଶ୍ୟକ ଅନୁମତି ନ ନେଇ ଗୁଗଲ ପେ ଆର୍ଥତ୍କ ଟ୍ରାଞ୍ଜାକଶନ ସୁବିଧା ପ୍ରଦାନ କରୁଛି ବୋଲି ଅଭିଜିତ ମିଶ୍ର ଏକ ଜନସ୍ବାର୍ଥ ମାମଲା କରିଥିଲେ। ଏହା ଉପରେ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ କେନ୍ଦ୍ରୀୟ ବ୍ୟାଙ୍କର ପକ୍ଷ ଲୋଡିଥିଲେ। ଗୁଗଲ ପେ ପେମେଣ୍ଟ ଏବଂ ସେଟେଲମେଣ୍ଟ ଆଇନ ଅବମାନନା କରିଥିବା ଅଭିଯୋଗ ଅଣାଯାଇଥିଲା। ଏନ୍‌ପିସିଆଇର ପେମେଣ୍ଟ ସିଷ୍ଟମ ଅପରେଟର ତାଲିକାରେ ଗୁଗଲ ପେ ନ ଥିବା କୁହାଯାଇଥିଲା। ମାମଲାର ଆଗାମୀ ଶୁଣାଣି ଜୁଲାଇ ୨୨ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri