‘ଗୁଜବ ପ୍ରଚାରକାରୀଙ୍କ ବିରୋଧରେ ପଦକ୍ଷେପ ନିଅ’, କରୋନା ପାଇଁ ଆଡ୍‌ଭାଇଜରି ଜାରି କଲେ ଡିଜିପି

କଟକ ଅଫିସ,୧୬।୩: କରୋନା ଭୂତାଣୁ ନେଇ ଏବେ ସୋସିଆଲ୍‌ ମିଡିଆରେ ଅନେକ ଗୁଜବ ପ୍ରଚାର କରାଯାଉଛି। ପ୍ରଚାରକାରୀଙ୍କୁ ଗିରଫ କରୁଛି ପୋଲିସ। ଏଣୁ ସର୍ବଦା ସୋସିଆଲ୍‌ ମିଡିଆ ଉପରେ ତୀକ୍ଷ୍ଣ ନଜର ରଖିବା ଓ ଗୁଜବ ପ୍ରଚାରକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ କଡ଼ା ପଦକ୍ଷେପ ନେବା ପାଇଁ ଡିଜିପି ଅଭୟ ବିଭିନ୍ନ ପୋଲିସ ଜିଲାର ଏସ୍‌ପି ଓ କମିଶନରେଟ୍‌ ପୋଲିସର ଡିସିପିଙ୍କୁ ଆଡଭାଇଜରି ଜାରି କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି, ଓଡ଼ିଶା ସରକାର ଏହାକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। ଏଣୁ ବ୍ୟକ୍ତିଗତ ସ୍ତରରେ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦିଅନ୍ତୁ। ହାତକୁ ନିୟମିତ ସଫା କରିବା, ଅସୁସ୍ଥ ଅନୁଭବ କଲେ ଡାକ୍ତରଙ୍କ ପରାମର୍ଶ ନେବା, ସର୍ବସାଧାରଣରେ କାସିବାବେଳେ ମୁହଁକୁ ଢାଙ୍କିବା, ଭିଡଠାରୁ ଦୂରରେ ରହିବା, ଆଖି ନାକ ଓ ମୁହଁକୁ ନ ଛୁଇଁବା ଏବଂ ପୋଲିସ କାର୍ଯ୍ୟକ୍ରମଗୁଡ଼ିକ ଆୟୋଜନ ନ କରିବାକୁ ଉକ୍ତ ଆଡ୍‌ଭାଇଜରିରେ ଡିଜିପି ଉଲ୍ଲେଖ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗତ ୧୩ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ ପାଳନ କରିବା, ଜନଗହଳି ଏବଂ ଭିଡ ଜାଗାରେ ସତର୍କ ରହିବାକୁ କୁହାଯାଇଛି। ବଡ଼ କାର୍ଯ୍ୟକ୍ରମ ଏବଂ ଅଧିକ ଭିଡ ସୃଷ୍ଟି ହେବାକୁ ଥିବା କାର୍ଯ୍ୟକ୍ରମଗୁଡିକର ଆୟୋଜନକୁ ଅନୁମତି ଦିଆଯିବ ନାହିଁ। ଓଡ଼ିଶା କୋଭିଡ-୧୯ ନିୟମାବଳୀ-୨୦୨୦ର ଅନୁପାଳନ ପାଇଁ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହ ନିୟମିତ ଯୋଗାଯୋଗ କରାଯାଉ, ମହାମାରୀ ଆଇନ-୧୮୯୭ ଏବଂ କୋଡ୍‌ ଅଫ୍‌ କ୍ରିମିନାଲ୍‌ ପ୍ରସିଜ୍ୟୁଅର୍‌-୧୯୭୩ରେ ମିଳିଥିବା କ୍ଷମତା ଅନୁଯାୟୀ ଭିଡ ନିୟନ୍ତ୍ରଣ ଦିଗରେ ପଦକ୍ଷେପ ନେବାକୁ ଡିଜିପି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri