Posted inଜାତୀୟ

ଗୁଜରାଟ ଅଭିମୁଖେ ବାତ୍ୟା ‘ମହା’

ଅହମ୍ମଦାବାଦ,୫।୧୧: ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ମହା’ ଗୁଜୁରାଟ ଅଭିମୁଖେ କ୍ଷୀପ୍ର ଗତିରେ ବଢ଼ୁଛି। ଏହାର ପ୍ରଭାବରେ ରାଜ୍ୟରେ ମଙ୍ଗଳବାରଠାରୁ ମଧ୍ୟମ ଭାବେ ପବନ ବୋହିବା ସହ ହାଲ୍‌କା ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗ ଅନୁସାରେ, ବୁଧବାର ବିଳମ୍ବିତ ରାତି କିମ୍ବା ଗୁରୁବାର ସକାଳେ ଘୂର୍ଣ୍ଣିଝଡ଼ ‘ମହା’ ଗୁଜରାଟର ପୋରବନ୍ଦର ଓ ଦୀବ ମଧ୍ୟରେ ସମୁଦ୍ରକୂଳରେ ପ୍ରବେଶ କରିବାର ସମ୍ଭାବନା ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବୋହିବ। ଏଥିସହ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳେ ଘୂର୍ଣ୍ଣିଝଡ଼ର ସ୍ଥିତି ଓ ପ୍ରସ୍ତୁତିର ସମୀକ୍ଷା ପାଇଁ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ତେବେ ବାତ୍ୟା ‘ମହା’ର ମୁକାବିଲା ପାଇଁ ଏନ୍‌ଡିଆରଏଫ୍‌ର ୧୫ଟି ଟିମ୍‌କୁ ନିୟୋଜିତ କରାଯାଇଥିବା ବେଳେ ଅତିରିକ୍ତ ଆଉ ୧୫ଟି ଟିମ୍‌କୁ ମଗାଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ନୌସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ପଶ୍ଚିମ ନୌସେନା କମାଣ୍ଡର ଜାହାଜ ରିଲିଫ ସାମଗ୍ରୀ ସହିତ ରିଲିଫ ଓ ଉଦ୍ଧାର ଲାଗି ପ୍ରସ୍ତୁତ ରହିଛି। ଅନ୍ୟପଟେ ମାଛ ଧରିବାକୁ ଯାଇଥିବା କିଛି ମତ୍ସଜୀବୀଙ୍କୁ କୂଳକୁ ଫେରାଇ ନିଆଯାଇଥିବା ବେଳେ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି। ସେହିପରି ରାଜକୋଟରେ ଭାରତ ଓ ବାଂଲାଦେଶ ମଧ୍ୟରେ ନଭେମ୍ବର ୭ରେ ଖେଳାଯିବାକୁ ଥିବା ଶୃଙ୍ଖଳାର ଦିତୀୟ ଟି-୨୦ ମ୍ୟାଚ ଉପରେ ମଧ୍ୟ ବାତ୍ୟାର ପ୍ରଭାବ ରହିଛି। ବର୍ଷା କାରଣରୁ ମ୍ୟାଚ ବାତିଲ ହେବାର ସମ୍ଭାବନା ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri