Posted inଜାତୀୟ

ଗୁଜରାଟ ସରକାରଙ୍କ ଘୋଷଣା: ସହରରେ ହେଲ୍‌ମେଟ ପିନ୍ଧିବା ଇଚ୍ଛାଧୀନ

ଅହମଦାବାଦ,୫ା୧୨: ନୂଆ ମୋଟରଯାନ ଆଇନ, ୨୦୧୯କୁ ସାରା ଦେଶରେ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଉଦ୍ୟମ ଚାଲିଥିବାବେଳେ ଭାଜପା ଶାସିତ ଗୁଜରାଟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ବାଇକ୍‌ ଆରୋହୀଙ୍କ ସୁରକ୍ଷା ପାଇଁ ଉଦ୍ଦିଷ୍ଟ ହେଲ୍‌ମେଟକୁ ରାଜ୍ୟର ସହରଗୁଡ଼ିକରେ ଇଚ୍ଛାଧୀନ କରାଯାଇଛି। ଫଳରେ ଯାହାଙ୍କ ଇଚ୍ଛାହେବ ସେ ପିନ୍ଧିବେ। ଇଚ୍ଛା ନ ହେଲେ ପିନ୍ଧିବେ ନାହିଁ। ଆଇନ ଉଲ୍ଲଂଘନକାରୀଙ୍କୁ ଜରିମାନା କୋହଳ କରିବା ପରେ ଗୁଜରାଟ ସରକାର ସହରୀ ବାଇକ୍‌ ଆରୋହୀଙ୍କ ପାଇଁ ନିୟମ ଆହୁରି କୋହଳ କରିଛନ୍ତି। ପୌରପାଳିକା ଓ ମହାନଗର ନିଗମ ଅଞ୍ଚଳରେ ବାଇକ୍‌ ଚଳାଉଥିବା ବ୍ୟକ୍ତି ନିଜ ଇଚ୍ଛା ମୁତାବକ ହେଲ୍‌ମେଟ ପିନ୍ଧିବେ ବୋଲି ବୁଧବାର କ୍ୟାବିନେଟ ବୈଠକରେ ସରକାର ନିଷ୍ପତ୍ତି ନେଇଥିବା ପରିବହନ ମନ୍ତ୍ରୀ ଆର୍‌.ସି. ଫାଲଦୁ ସୂଚନା ଦେଇଛନ୍ତି। ସହରାଞ୍ଚଳରେ ଲୋକେ ବାଇକ୍‌ରେ ବେଶି ଦୂରକୁ ଯାଉ ନ ଥିବାରୁ ଏପରି ନିଷ୍ପତ୍ତି ହୋଇଥିବା ସେ କହିଛନ୍ତି। ତେବେ ସହର ବାହାରକୁ କିମ୍ବା ଜାତୀୟ ଅଥବା ରାଜ୍ୟ ରାଜପଥରେ ଯିବାବେଳେ ହେଲ୍‌ମେଟ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?