Posted inଜାତୀୟ

ଗୁଜରାଟରେ କଂଗ୍ରେସକୁ ବଡ଼ ଝଟ୍‌କା: ଆଉ ଜଣେ ବିଧାୟକ ଦେଲେ ଇସ୍ତଫା

ଗାନ୍ଧୀନଗର,୧୬।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଗୁଜରାଟ କଂଗ୍ରେସର ଆଉ ଜଣେ ବିଧାୟକ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏହାସହିତ ଗୁଜରାଟରେ ଏପର୍ଯ୍ୟନ୍ତ ଇସ୍ତଫା ଦେଇଥିବା ବିଧାୟକଙ୍କ ସଂଖ୍ୟା ୫କୁ ବୃଦ୍ଧି ହୋଇଛି। ରବିବାର ୪ଜଣ ବିଧାୟକ ଇସ୍ତଫା ଦେଇଥିବା ବେଳେ ସୋମବାର କଂଗ୍ରେସ ବିଧାୟକ ମଙ୍ଗଳ ଗାମିତ ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ଅସନ୍ତୋଷ ପ୍ରକାଶ କରି ଉକ୍ତ ବିଧାୟକ ଏଭଳି ପଦକ୍ଷେପ ନେଉଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, କଂଗ୍ରେସରେ ଏବେ ଦଳ କନ୍ଦଳ ଚାଲୁଥିବା ବେଳେ ଏହାରି ଭିତରେ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ନିଜର ତୃତୀୟ ପ୍ରାର୍ଥୀକୁ ମଇଦାନକୁ ଓହ୍ଲାଇପାରେ ବୋଲି କୁହାଯାଉଛି। ମାର୍ଚ୍ଚ ୨୬ରେ ରାଜ୍ୟ ସଭା ନିର୍ବାଚନ ପାଇଁ ମତଦାନ ହେବ। ସୂଚନା ମୁତାବକ ୧୮୨ ସଦସ୍ୟ ବିଶିଷ୍ଟ ଗୁଜରାଟ ବିଧାନସଭାରେ ଭାଜପା ନିକଟରେ ୧୦୩, କଂଗ୍ରେସ ନିକଟରେ ୭୩ ବିଧାୟକ ରହିଛନ୍ତି। ତେବେ ରାଜ୍ୟ ସଭାର ୪ଟି ଆସନ ପାଇଁ ବର୍ତ୍ତମାନ ଭାଜପା ନିକଟରେ ୩ ଓ କଂଗ୍ରେସ ନିକଟରେ ୧ ଆସନ ରହିଥିବା ଜଣାପଡ଼ିଛି। ରାଜ ସଭାରେ ପ୍ରାର୍ଥୀ ଚୟନ ପାଇଁ ୩୭ ଭୋଟ ଆବଶ୍ୟକ ରହିଥିବା ବେଳେ ଏହା ଏବେ ଉଭୟ ଦଳଙ୍କ ପାଖରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri