ଗୁଟ୍‌ଖା କାରଖାନାରେ ଚଢ଼ାଉ: ୩ ଗିରଫ, ମାଲିକ ଫେରାର

ବ୍ରହ୍ମପୁର ଅଫିସ,୭୮-ସଦର ଥାନା ପୋଲିସ ସୋମବାର ରାତିରେ ଭୈରବନଗରରେ ବେଆଇନ ଭାବେ ଚାଲିଥିବା ଏକ ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ସେଠାରୁ ବହୁ ପରିମାଣର ଗୁଟ୍‌ଖା ଜବତ କରାଯିବା ସହ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ବ୍ରଜନଗର ୩ୟ ସାରଣୀରେ ରହୁଥିବା ଶରତ ଚନ୍ଦ୍ର ବିଷୋୟୀ, ପାଟପୁର ଥାନା ଧୋବାଡ଼ି ଗ୍ରାମର କାଶୀନାଥ ବେହେରା ଓ ଉତ୍ତରପ୍ରଦେଶ କାନପୁର ଜିଲା ଗୌତମପୁରର ଦିବ୍ୟଅଂଶୁ କୁମାର ବର୍ମା । କାରଖାନା ମାଲିକ ଫେରାର ଥିବା ଥାନାଧିକାରୀ ଭାବନାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି। ଏ ନେଇ ମାମଲା ନଂ.୧୯୬/୧୯ ରୁଜୁ ହେବା ସହ ଅଭିଯୁକ୍ତମାନଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ଗୋବିନ୍ଦବିହାର ନିକଟ ଭୈରବନଗରରେ ଗୁଟୁଖା କାରଖାନା ଚାଲିଥିବା ପୋଲିସ ଖବର ପାଇଥିଲା। ସୋମବାର ରାତି ପ୍ରାୟ ୯ଟାରେ ପୋଲିସ ସେଠାରେ ଚଢାଉ କରି ୩୫ ବସ୍ତା ହରିଡାଖଣ୍ଡି, ଗୋକୁଳ ଡିଲକ୍ସ ଜର୍‌ଦା ଗୁଟ୍‌ଖା, ୨ଟି ପ୍ୟାକିଂ ମେଶିନ, ବିଭନ୍ନ ବ୍ରାଣ୍ଡର ପ୍ଲାଷ୍ଟିକ ଜରି ଜବତ କରିଥିଲା। ସେଠାରୁ ୩ ଜଣଙ୍କୁ କାବୁ କରାଯାଇଥିଲା। ସୂଚନାଯୋଗ୍ୟ, ରବିବାର ସଦର ଥାନା ପୋଲିସ ଭୁତପଲ୍ଲୀ, ବୋରିଗାଁ ଓ କାଳୁପାତ୍ର ସାହିରେ ଚଢାଉ କରି କୋଟିଏ ଟଙ୍କାର ଗୁଟ୍‌ଖା ଜବତ କରିବା ସହ ପୃଥକ ସ୍ଥାନରୁ ୩ ଜଣଙ୍କୁ ଗିରଫ କରିଥିଲା। ସଦର ଥାନା ଇଲାକାରେ ଏବେ ବି ଅନେକ ଗୁଟ୍‌ଖା ବ୍ୟବସାୟୀ କାରବାର ଚଳାଇଥିବା ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri