ଗୁଣିଗାରେଡ଼ି ସନ୍ଦେହରେ ଡବଲ ମର୍ଡର

ଆମ୍ବାଦୋଳା,୨୧।୬(ଡ଼ି.ଏନ.ଏ)- ରାୟଗଡ଼ା ଜିଲା ଆମ୍ବାଦୋଳା ଥାନା ଅନ୍ତର୍ଗତ ସୁକଲାଭଟା ଗ୍ରାମରେ ଗୁରୁବାର ଗୁଣି ଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି । ମୃତକ ଦ୍ୱୟ ହେଲେ ମକର ନାଏକ (୫୫) ଓ କରୁଣା ନାଏକ(୪୫) । ଏହି ଘଟଣାରେ ପୋଲିସ ନକୁଳ ନାଏକଙ୍କୁ ଗିରଫ କରିଛି । ପୋଲିସ ଦୁଇଟି ପୃଥକ୍‌ ପୃଥକ୍‌ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।
ପ୍ରକାଶ ଯେ, ସୁକଲାଭଟା ଗ୍ରାମର ମକର ନାଏକ(୫୫) ଜମିରେ ହଳ କରି ଘରକୁ ଫେରୁଥିଲେ। ଏହି ସମୟରେ ଗ୍ରାମ ନିକଟ ଜଙ୍ଗଲିଆ ରାସ୍ତାରେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଉକ୍ତ ଗାଁର କରୁଣା ନାଏକ ତାଙ୍କୁ ଏକ ଠେଙ୍ଗା ସାହାଯ୍ୟରେ ଆକ୍ରମଣ କରିଥିଲେ ।ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । କରୁଣା ମୃତଦେହକୁ ଜଙ୍ଗଲରେ ପତ୍ରରେ ଘୋଡ଼ାଇ ଦେଇ ଚାଲିଯାଇଥିଲେ । ପରେ ଗାଁକୁ ଆସି ଠେଙ୍ଗା ବୁଲାଇ ହତ୍ୟା କରିଥିବା ନେଇ ଚିତ୍କାର କରିଥିଲେ । ଏହା ଶୁଣି ମକରଙ୍କ ଭାଇ ନକୁଳ ଆସି କରୁଣାଙ୍କୁ ଗୋଡ଼ାଇ ଗୋଡ଼ାଇ ହରିଜନସାହି ନିକଟରେ ଏକ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି। ଖବରପାଇ ଆମ୍ବାଦୋଳା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ୨ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ା ପରେ ନକୁଳ ନାଏକଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଢାବାରେ ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା…

ବରଗଡ଼,୨୦ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଧାଙ୍ଗେର ଆନ୍ଧ୍ରାଟିକ୍ରା ନିକଟ ଜୟ ଦୁର୍ଗା ଢାବାରେ ଦେହ ବ୍ୟବସାୟ ଚାଲିଥିବାବେଳେ ସୋମବାର ପୋଲିସ ଅତର୍କିତ ଚଢ଼ାଉ କରିଥିଲା।…

ହାଇଦ୍ରାବାଦର କଫସିରପ୍‌, ଗୁଜରାଟରେ ମାଷ୍ଟରମାଇଣ୍ଡ

ଭୁବନେଶ୍ୱର,୨୦।୪(ତ୍ରିନାଥ ମହାନ୍ତି): କଟକ ଫୁଲନଖରାରେ ଥିବା ଏକ ସଂସ୍ଥାର ଗୋଦାମରୁ ୮ହଜାର ୮୪୦ ବୋତଲ ନିଷିଦ୍ଧ କଫସିରପ୍‌ ଜବତ ଘଟଣାର ଲିଙ୍କ୍‌ ଗୁଜରାଟ ଓ ହାଇଦ୍ରାବାଦକୁ ଲମ୍ବିଛି।…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଅନାଥ ନାବାଳିକା, ମାସେ ହେଲା ଜୋର୍‌ ଜବରଦସ୍ତ…

ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ବାରକୋଟ ଥାନାରେ ଜଣେ ଅନାଥ ନାବାଳିକା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୂଚନାଥାଉକି, ପ୍ରତ୍ୟେକ ବର୍ଷ ମାଟ୍ରିକ…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ଛାତିଥରା ଘଟଣା; ଛୁଆଙ୍କୁ ବିଷ ଦେଇ ଆତ୍ମହତ୍ୟା କଲେ ମା’, ସ୍ବାମୀଙ୍କୁ ଫୋନ୍ କରି କହିଲେ ମୁଁ ଆଉ…

ନୂଆଦିଲ୍ଲୀ,୧୬।୪: ଗୁଜୁରାଟର ସୁରତ ସହରରୁ ଏକ ଗଭୀର ଦୁଃଖଦ ଏବଂ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ମା’ ତାଙ୍କ ଦୁଇ ନିର୍ଦ୍ଦୋଷ ଝିଅଙ୍କୁ ବିଷ…

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri