ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା

ଖପ୍ରାଖୋଲ,୧୭-୯ (ଡି.ଏନ.ଏ.):ମଧ୍ୟଯୁଗୀୟ ଅନ୍ଧବିଶ୍ୱାସ, ଗୁଣିଗାରେଡି ସନ୍ଦେହ କିଭଳି ଭୟାନକ ରୂପ ନେଇପାରେ ସେଭଳି ଏକ ବୀଭତ୍ସ ଘଟଣା ଘଟିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ା ସୋମବାର ସକାଳୁ ଏହି ଗଁା ନିକଟ ପାହାଡରେ ସେହି ଗଁାର ଏକ ଦମ୍ପତିଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା କରି ଫିଙ୍ଗି ଦେଇଥିବା ଜଣାପଡିବା ପରେ ଜିଲାବ୍ୟାପୀ ଚାଞ୍ଚଲ୍ୟ ଖେଳିଯାଇଛି ା ମୃତ ଦମ୍ପତି ହେଲେ ଚିଟିକାମାଲ ଗଁାର ଚିନ୍ତାମଣି ବରିହା (୫୫) ଓ ତାଙ୍କ ସ୍ତ୍ରୀ ରୁକ୍ମିଣୀ (୫୦) ା ହତ୍ୟାକାଣ୍ଡ ସମ୍ପର୍କରେ ସୂଚନା ପାଇବା ପରେ ଏସ୍‌ପି ମାଡକର ସନ୍ଦୀପ ସମ୍ପତ୍‌, ପାଟଣାଗଡ଼ ଏସ୍‌ଡିପିଓ ସୁରେଶ ନାଏକ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ ସରଜମିନ୍‌ ତଦନ୍ତ ଆରମ୍ଭ କରିଛନ୍ତି ା ୪ଜଣ ସନ୍ଦିଗ୍ଧଙ୍କୁ ଲରମ୍ଭା ଥାନାରେ ଅଟକ ରଖି ପଚରାଉଚରା କରାଯାଇଛି। ପୋଲିସ ଘଟଣାସ୍ଥଳରୁ ଦୁଇ ମୃତଦେହକୁ ଉଦ୍ଧାର କରି ପଞ୍ଚନାମା କରିଛି।
ଚିଟିକାମାଲ ଗଁାରେ ପ୍ରାୟ ଦେଢ଼ମାସ ତଳେ ଜଣେ ବ୍ୟକ୍ତିଙ୍କ ଦେଢ଼ବର୍ଷର ଏକ ଶିଶୁପତ୍ରଙ୍କ ମୃତ୍ୟୁ ହୋଇଥିଲା। ଗତ ଶୁକ୍ରବାର ସେହି ମୃତ ଶିଶୁପୁତ୍ର ପୋତା ଯାଇଥିତ୍ବା ସ୍ଥାନରେ କେହି ଫୁଲ, ସିନ୍ଦୂର ପକାଇ ପୂଜାର୍ଚ୍ଚନା କରିଥିତ୍ବା ଦେଖାଯାଇଥିଲା। ଏହି ଘଟଣା ପରେ ଗଁାରେ ଗୁଣିଗାରେଡି, ଡାହାଣୀ ଚର୍ଚ୍ଚା ଆରମ୍ଭ ହୋଇଥିଲା। ଏଭଳି ଚର୍ଚ୍ଚା ପରେ ସେହିଦିନ ଚିନ୍ତାମଣି ବରିହା ଲରମ୍ଭା ଥାନାକୁ ଯାଇ ତାଙ୍କୁ ଗଁାରେ ଅଯଥା ଗୁଣିଗାରେଡି, ଡାହାଣୀ ସନ୍ଦେହ କରୁଥିବା ଅଭିଯୋଗ କରି ସୁରକ୍ଷା ଲୋଡିଥିଲେ। ଏହି ଘଟଣା ପରେ ଲରମ୍ଭା ପୋଲିସ ଗଁାର କେତେଜଣ ଲୋକ ଓ ଚିନ୍ତାମଣିଙ୍କୁ ଡାକି ମିଳାମିଶା ଉଦ୍ୟମ କରିଥିଲେ। ସୋମବାର ସକାଳୁ ଉଭୟଙ୍କ ହତ୍ୟା ଘଟଣା ଜଣାପଡ଼ିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଥିଲା। ଘଟଣାର ପାରିପାର୍ଶ୍ୱିକ ସ୍ଥିତିରୁ ଗଁାରେ ସ୍ବାମୀ-ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଅଖାବସ୍ତାରେ ବାନ୍ଧି ନିକଟସ୍ଥ ପାହାଡ଼ରେ ପିଙ୍ଗାଯାଇଥିତ୍ବା ପୋଲିସ ଅନୁମାନ କରିଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ସହ ସାଇଣ୍ଟିିଫିକ୍‌ ଟିମ୍‌ ପହଞ୍ଚତ୍ ରକ୍ତଛିଟା ସଂଗ୍ରହ, ପାରିପାର୍ଶ୍ୱିକସ୍ଥିତି ଆକଳନ କରିଛି। ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପାଟଣାଗଡ଼ ଉପଖଣ୍ଡୀୟ ହସ୍‌ପିଟାଲକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri