ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶିଶୁ ଗୁରୁତର

ବଣାଇଁ,୧୬।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ନୃଶଂସ ଭାବେ ହତ୍ୟା କରାଯାଇଛି। ମୃତ ମହିଳା ହେଲେ ଟିକାୟତପାଲି ଥାନା ଅନ୍ତର୍ଗତ ଚିକଟନାଲି ଗ୍ରାମର ବାନ୍ଦନି ଓରାମ (୫୨)। ସେହିଭଳି ଆକ୍ରମଣରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ନିମନ୍ତେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅପରପକ୍ଷେ ଅଭିଯୁକ୍ତ ରତିକାନ୍ତ ଓରାମ (୩୫) ଫେରାର ହୋଇଯାଇଛନ୍ତି। ବଣାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଘଟଣାର ଅଧିକ ତଦନ୍ତ ଜାରି ରହିଛି।

ସୂଚନାନୁଯାୟୀ, ବାନ୍ଦନି ତାଙ୍କ ଜ୍ୱାଇଁ ବଣାଇ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମର ଦଶରଥ ଓରାମଙ୍କ ଘରକୁ ବୁଧବାର ସପରିବାର ଆସିଥିଲେ। ରାତି ୮ ସମୟରେ ସମସ୍ତେ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ନିଆଁ ଲଗାଇ ପୋଉଁଥିଲେ। ଏହି ସମୟରେ ଜ୍ବାଇଁଙ୍କ ସାନ ଭାଇ ରତିକାନ୍ତ ସେଠାରେ ବାନ୍ଦନିଙ୍କୁ ଦେଖି ରାଗି ଯାଇଥିଲେ। ଏପରିକି ସେ ଘର ଭିତରକୁ ଯାଇ ଏକ ଟାଙ୍ଗିଆ ଆଣି ବାନ୍ଦନିଙ୍କ ବେକକୁ ଚୋଟ ମାରିଥିଲେ। ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିଲା। ଏହା ପରେ ରତିକାନ୍ତ ଟାଙ୍ଗିଆରେ ଆଉ ଏକ ଚୋଟ ମାରିବାରୁ ପାଖରେ ବସିଥିବା ଜଣେ ଦେଢ ବର୍ଷର ଶିଶୁ ତାନିସ ଓରାମ ଏଥିରେ ଆହତ ହୋଇ ଗୁରୁତର ହୋଇଥିଲେ।
ପ୍ରକାଶଯୋଗ୍ୟ, ରତିକାନ୍ତ ପୂର୍ବରୁ ବାନ୍ଦନି ବାନ୍ଦନି ଗୁଣିଗାରେଡ଼ି କରୁଥିବାରୁ ତାଙ୍କ ପରିବାର ରୋଗରେ ପୀଡ଼ିତ ହେଉଥିବା ସେ ସନ୍ଦେହ କରି ଆସୁଥିଲେ। ଏଥିପାଇଁ ତାଙ୍କ ଘରକୁ ନ ଆସିବା ପାଇଁ ତାଗିଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri