ଗୁଣ୍ଠାଓ୍ବାର୍ଡା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମହିଳାଙ୍କ ସନ୍ତାନ ପ୍ରସବ

ଚିତ୍ରକୋଣ୍ଡା,୩୧ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାର୍ଡl କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବାହାର ରାଜ୍ୟରୁ ଫେରି ରହୁଥିବା ଅନ୍ତେବାସୀଙ୍କ ମଧ୍ୟରୁ ଜଣେ ମହିଳା ସନ୍ତାନ ପ୍ରସବ କରିଛନ୍ତି। ତାଙ୍କ ଘର ଗୁଣ୍ଠାଓ୍ବାର୍ଡା ପଞ୍ଚାୟତ କନ୍ଧଗୁଡ଼ା ଗ୍ରାମରେ।
ସୂଚନାଯୋ୍ୟ, କନ୍ଧଗୁଡ଼ା ଗ୍ରାମର ସୁଧୀର ଖରାଙ୍କ ସ୍ତ୍ରୀ ଲଚମି ଖରାଙ୍କ ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ଖବର ପାଇ ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲ, ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଡାକ୍ତର କ୍ଷୀରୋଦ ଚନ୍ଦ୍ର ମହନ୍ତଙ୍କ ନେତୃତ୍ୱରେ ତତ୍‌କ୍ଷଣାତ ଆମ୍ବୁଲାନ୍ସ ପଠାଯାଇଥିଲା। ଆମ୍ବୁଲାନ୍ସ ପହଞ୍ଚିବା ବେଳକୁ ସୁରକ୍ଷିତ ଭାବରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଉଭୟ ମା’ ଓ ପିଲା ଭଲ ଅଛନ୍ତି। ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଲୟ ଅଣାଯାଇ ସ୍ବତନ୍ତ୍ର ମେଡିକାଲ ରୁମ୍‌ରେ ରଖାଯାଇଛି। ଏହି ଖବର ମାଲକାନଗିରି ଜିଲାପାଳ ମନୀଷ ଅଗ୍ରଓ୍ବାଲ ଜାଣିବା ପରେ ଅନ୍ତେବାସୀଙ୍କୁ ରେଡ୍‌କ୍ରସ ପକ୍ଷରୁ ୫ ହଜାର ଟଙ୍କା ଚିତ୍ରକୋଣ୍ଡା ବିଡିଓଙ୍କ ମାଧ୍ୟମରେ ପ୍ରଦାନ କରିବା ସହିତ ଚିତ୍ରକୋଣ୍ଡା ବିଡିଓ ମା’ ଓ ପିଲା ପାଇଁ ଡ୍ରେସ୍‌ ଯୋଗାଇ ଦେଇଥିଲେ। ଏହି ସମୟରେ କନିଷ୍ଠ ଯନ୍ତ୍ରୀ ଶିବାଶିଷ ବିଶ୍ୱାସ ଓ ଆକାଉଣ୍ଟାଣ୍ଟ ରାଜେନ୍ଦ୍ର ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri