ଗୁମୁଡୁମାହା ଗୁଳିକାଣ୍ଡ ମାମଲା : ମୃତକଙ୍କ ପରିବାରକୁ ଅତିରିକ୍ତ ୨ଲକ୍ଷ ଦେବାକୁ ସରକାର ବାଧ୍ୟ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ) : କନ୍ଧମାଳ ଜିଲା ଗୁମୁଡ଼ୁମାହାରେ ପୋଲିସ ଗୁଳିରେ ମୃତକଙ୍କ ପରିବାରକୁ ଅଧିକ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନୁକମ୍ପାମୂଳକ କ୍ଷତିପୂରଣ ସର୍ବାଧିକ ୭ଲକ୍ଷ ଟଙ୍କା ହୋଇଥିବାରୁ ଏହାର ସମୀକ୍ଷା ପାଇଁ ଗୃହବିଭାଗ ପକ୍ଷରୁ ଯେଉଁ ରିଭ୍ୟୁ ପିଟିଶନ ହୋଇଥିଲା ତାହାକୁ କମିଶନ ଖାରଜ କରି ଦେଇଛନ୍ତି। ଏହି ଆବେଦନର କୌଣସି ଦମ୍‌ ନାହିଁ କି କମିଶନ ଦେଇଥିବା ଆଦେଶର ପୁନଃ ବିଚାରର କୌଣସି ଯଥାର୍ଥତା ନାହିଁ। କମିଶନ ସଦସ୍ୟ ବିଚାରପତି ରଘୁବୀର ଦାଶ ଉକ୍ତ ଆବେଦନକୁ ଅଗ୍ରାହ୍ୟ କରିଦେବା ସହ ପୂର୍ବ ଆଦେଶକୁ କାଏମ ରଖି ସରକାର ମୃତକଙ୍କ ପରିବାରକୁ ଅତିରିକ୍ତ କ୍ଷତିପୂରଣ ଦେବାକୁ ବାଧ୍ୟ ବୋଲି କହିଛନ୍ତି।
୨୦୧୬ ଜୁଲାଇ ୭ରେ ଗୁମୁଡୁମାହାଠାରେ ପୋଲିସ ଗୁଳିରେ ଜଣେ ଦେଢବର୍ଷର ଶିଶୁ ସହ ୫ଜଣଙ୍କ ମୃତ୍ୟୁ ଘଟିଥିଲାବେଳେ ୮ଜଣ ଆହତ ହୋଇଥିଲେ। ଏହି ଘଟଣାରେ ସରକାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କନ୍ଧମାଳ ଜିଲା ଜଜ୍‌ଙ୍କ ଅଧ୍ୟକ୍ଷତାରେ ଗଠିତ ଟିମ୍‌ ତଦନ୍ତ କରି ସରକାରଙ୍କୁ ବର୍ଷକ ତଳୁ ରିପୋର୍ଟ ଦେଇଥିଲେ ମଧ୍ୟ ତାହାକୁ ଏପର୍ଯ୍ୟନ୍ତ ସାର୍ବଜନୀନ କରାଯାଇନାହିଁ। ଅନ୍ୟପକ୍ଷରେ ଠିକ୍‌ ସମୟରେ ଚିକିତ୍ସା ମିଳିଥିଲେ ଏତେ ଜୀବନହାନି ଘଟି ନ ଥାନ୍ତା ବୋଲି ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଓଏଚ୍‌ଆର୍‌ସିଙ୍କୁ ଦେଇଥିବା ରିପୋର୍ଟରେ ଉଲ୍ଲେଖ କରିଥିଲେ। ଜୀବନ ରକ୍ଷା କରିବାରେ ବିଫଳ ହୋଇଥିବାରୁ କମିଶନ ଏଥିପାଇଁ ସରକାରଙ୍କୁ ଦାୟୀ କରି ମୃତକଙ୍କ ପରିବାରଙ୍କୁ ଦିଆଯାଇଥିବା ଅନୁକମ୍ପାମୂଳକ ସହାୟତା ରାଶି ବାଦ୍‌ ଅଧିକ ୨ଲକ୍ଷ ଟଙ୍କା କ୍ଷତିପୂରଣ ୨ମାସ ମଧ୍ୟରେ ଦେବାକୁ ଗୃହ ବିଭାଗର ଅତିରିକ୍ତ ସଚିବଙ୍କୁ ୨୦୧୮ ଅଗଷ୍ଟ ୨୪ରେ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ସରକାର କମିଶନଙ୍କ ଆଦେଶକୁ ପାଳନ ନ କରି ୨୦୧୯ ଜାନୁୟାରୀ ୨୪ରେ ଆଦେଶର ପୁନର୍ବିଚାର ପାଇଁ ଗୃହ ବିଭାଗ ପକ୍ଷରୁ ରିପିଟିଶନ କରାଯାଇଥିଲା। ସୂଚନାଯୋଗ୍ୟ, ନିର୍ଦ୍ଦେଶ ମୁତାବକ ଅତିରିକ୍ତ କ୍ଷତିପୂରଣ ମିଳି ନ ଥିବାରୁ ମୃତ ଓ ଆହତଙ୍କ ପରିବାର ଲୋକେ କମିଶନଙ୍କୁ ଭେଟିଛନ୍ତି। ସେହିଭଳି ସ୍ଥାନୀୟ ଅଞ୍ଚଳରେ ବିଦ୍ୟୁତ୍‌, ପାଣି, ରାସ୍ତା ବ୍ୟବସ୍ଥା କରିବା ପାଇଁ କମିଶନ ଦେଇଥିବା ଆଦେଶକୁ ମଧ୍ୟ ପାଳନ କରାଯାଇ ନ ଥିବା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri