ଗୁରୁତର ଅବସ୍ଥାରେ ଭାଲୁଛୁଆ ଉଦ୍ଧାର

ପାଟଣା,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଫୁଲପାହାଡ଼ି ଗ୍ରାମ୍ୟ ଜଙ୍ଗଲରୁ ଶନିବାର ପୂର୍ବାହ୍ନରେ ଏକ ଆହତ ଭାଲୁ ଛୁଆକୁ ବନବିଭାଗ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା କରି ଜଙ୍ଗଲର ଛାଡିଦେଇଥିଲା। ହେଲେ ରବିବାର ସକାଳୁ ଭାଲୁ ଛୁଆଟିକୁ ତାର ମା’ ନେଇ ନ ଥିବା ବନବିଭାଗ କର୍ମଚାରୀ ଦେଖିବାକୁ ପାଇଥିଲେ। ଛୁଆଭାଲୁର ଅବସ୍ଥା ଗୁରୁତର ଥିବାରୁ ତାକୁ ପୁଣି ବଡ଼ବିଲ ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଭାଲୁଟିର ପେଟରେ ପଥର ବାଜି ଗଭୀର କ୍ଷତ ହୋଇଥିବା ବନବିଭାଗ ଅନୁମାନ କରୁଛି। ଭାଲୁ ଛୁଆଟିର ବୟସ ଦୁଇରୁ ତିନି ମାସର ହେବ ବୋଲି ବନପାଳ ସୁକୁମାର ଜେନା କହିଛନ୍ତି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଭାଲୁଛୁଆକୁ ସଂରକ୍ଷିତ ଜଙ୍ଗଲରେ ଛାଡି ଦିଆଯିବ ବୋଲି ପାଟଣା ରେଞ୍ଜର ପବିତ୍ର ମୋହନ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri