ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ପଦବୀରେ ଓଡ଼ିଆ

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡ଼ିଶାରେ ଜନ୍ମିତ ବହୁ ପ୍ରଶାସନିକ ଅଧିକାରୀ ବର୍ତ୍ତମାନ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରୁଛନ୍ତି। ସ୍ବାଧୀନତା ପରବର୍ତ୍ତୀ ସମୟଠାରୁ ଅନୁଧ୍ୟାନ କଲେ ବର୍ତ୍ତମାନ ସମୟରେ ଏକାଧିକ ଓଡ଼ିଆ ଅଫିସର କେନ୍ଦ୍ର ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଦାୟିତ୍ୱ ତୁଲାଉଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଦକ୍ଷତାର ସହ ନିଜ ଦାୟିତ୍ୱ ତୁଲାଇ ପ୍ରଶଂସା ମଧ୍ୟ ସାଉଁଟିବାର ନଜିର ରହିଛି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ସବୁଠୁ ପ୍ରଭାବଶାଳୀ ଅଫିସ। ଦେଶର ସବୁ ଗୁରୁତ୍ୱପୂର୍ଣ୍ଣ ନୀତିଗତ ନିଷ୍ପତ୍ତି ସେହିଠାରେ ହୋଇଥାଏ। ସମ୍ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ଶାସନ ସଚିବ ଭାବେ ପ୍ରମୋଦ କୁମାର ମିଶ୍ର ଅବସ୍ଥାପିତ ହୋଇଛନ୍ତି। ପ୍ରମୋଦ ଓଡ଼ିଶାର ସମ୍ବଲପୁର ବାସିନ୍ଦା। କୌଣସି ଓଡ଼ିଆ ଭାବେ ଦେଶର ସବୁଠୁ ପ୍ରଭାବଶାଳୀ ପ୍ରଶାସନିକ କାର୍ଯ୍ୟାଳୟରେ କାର୍ଯ୍ୟ କରିବା ରାଜ୍ୟ ପାଇଁ ଗୌରବର ବିଷୟ। ୧୯୭୧ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ପ୍ରମୋଦ ପୂର୍ବରୁ ପିଏମ୍‌ଓର ଅତିରିକ୍ତ ଶାସନ ସଚିବ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ନୃପେନ୍ଦ୍ର ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପଦରୁ ଇସ୍ତଫା ଦେବା ପରେ ପ୍ରମୋଦଙ୍କୁ ଏହି ଦାୟିତ୍ୱ ମିଳିଥିଲା। ପ୍ରମୋଦ କ୍ୟାବିନେଟ ସେକ୍ରେଟାରିଏଟ୍‌ ଆଇନ ମନ୍ତ୍ରଣାଳୟ କାର୍ଯ୍ୟ ମଧ୍ୟ ଅନୁଧ୍ୟାନ କରୁଛନ୍ତି। ଦେଶର ଯେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରୂପାୟନରେ ତାଙ୍କର ସକ୍ରିୟ ଅଂଶଗ୍ରହଣ ରହୁଛି। ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଥିବାବେଳେ ପ୍ରମୋଦ ସେହି ରାଜ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ପଦରେ କାର୍ଯ୍ୟ କରିଥିଲେ।
ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଆଉ ଜଣେ ଓଡ଼ିଆ। ଦେଶର ଅର୍ଥନୀତି ଏକ ବିଶେଷ ପରିସ୍ଥିତି ଦେଇ ଗତି କରୁଥିବାବେଳେ ୧୯୮୦ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ଶକ୍ତିକାନ୍ତଙ୍କ ନିଯୁକ୍ତି ଅନେକ ଗୁରୁତ୍ୱ ବହନ କରୁଛି। ଶକ୍ତିକାନ୍ତ ପୂର୍ବରୁ ଭାରତ ସରକାରଙ୍କ ଅର୍ଥନୈତିକ ବ୍ୟାପାର, ରାଜସ୍ବ ଏବଂ ଶିଳ୍ପ ମନ୍ତ୍ରଣାଳୟରେ କାର୍ଯ୍ୟ କରିସାରିଛନ୍ତି। ଆରବିଆଇ ଗଭର୍ନର ଭାବେ ଉର୍ଜିତ ପଟେଲ ଇସ୍ତଫା ଦେବା ପରେ ଭୁବନେଶ୍ୱରରେ ଜନ୍ମିତ ଶକ୍ତିକାନ୍ତଙ୍କୁ ଏହି ଦାୟିତ୍ୱ ମିଳିଥିଲା। ସେହିପରି ରାଜ୍ୟକୁ ଗୌରବାନ୍ବିତ କରିଥିବା ଅନ୍ୟ ଜଣେ ଓଡ଼ିଆ ହେଉଛନ୍ତି ଡ. ମୃତ୍ୟୁଞ୍ଜୟ ମହାପାତ୍ର। ମୃତ୍ୟୁଞ୍ଜୟଙ୍କ ଘର ଭଦ୍ରକ ଜିଲାରେ। ସେ ବର୍ତ୍ତମାନ ଭାରତୀୟ ପାଣିପାଣ ସଂସ୍ଥାନର ନିର୍ଦ୍ଦେଶକ ଭାବେ ଅବସ୍ଥାପିତ। ୨୦୧୯ର ଭୟାନକ ସାମୁଦ୍ରିକ ଝଡ଼ ‘ଫନୀ’ର ବହୁ ପୂର୍ବରୁ ସୂଚନା ସଂଗ୍ରହ କରିବା, ତା’ ଗତିପଥର ସବିଶେଷ ସୂଚନା ରଖିବା ଏବଂ ଏହାର ସଫଳ ମୁକାବିଲା କରିବା ପାଇଁ ଓଡ଼ିଶା ଓ ଭାରତ ସରକାରଙ୍କୁ ମୃତ୍ୟୁଞ୍ଜୟ ଆବଶ୍ୟକ ସହଯୋଗ କରିଥିଲେ। ଆଗାମୀ ଦିନରେ ବହୁ ପୂର୍ବରୁ ପାଣିପାଗ ନିର୍ଣ୍ଣୟ ଏବଂ ଉଚ୍ଚତର ଗବେଷଣା ପାଇଁ ସେ ନିଜର ଅଧ୍ୟବସାୟ ଜାରି ରଖିଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ଓଡ଼ିଶାରୁ ମୃତ୍ୟୁଞ୍ଜୟଙ୍କ ପ୍ରତିନିଧିତ୍ୱ ନିହାତି ଗୌରବର କଥା।
ଜମ୍ମୁ ଓ କଶ୍ମୀରରେ ଲାଗୁ ହୋଇଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ଗତବର୍ଷ ଅଗଷ୍ଟ ୫ରେ ଉଚ୍ଛେଦ କରିଥିଲେ। ଏହାପରେ ଜମ୍ମୁ ଓ କଶ୍ମୀର ଏବଂ ଲଦାଖ ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ ହୋଇଥିଲା। ଏହାପରେ ଗୁରୁତ୍ୱପୂର୍ଣ୍ଣ ଜମ୍ମୁ ଓ କଶ୍ମୀରର କିଏ ଲ୍ୟୁଟନାଣ୍ଟ ଗଭର୍ନର ହେବେ, ତାହା ଉପରେ ସାରା ଦେଶର ନଜର ରହିଥିଲା। ଶେଷରେ ଏହି ଗୁରୁତ୍ୱପୂର୍ଣ୍ଣ ପଦ ପାଇଁ ୧୯୮୫ ବ୍ୟାଚ୍‌ର ଗୁଜରାଟ କ୍ୟାଡର ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ମନୋନୀତ କରାଯାଇଥିଲା। ଏହି ନିଯୁକ୍ତି ପୂର୍ବରୁ ମୋଦିଙ୍କ ଗୁଜରାଟ ମୁଖ୍ୟମନ୍ତ୍ରିତ୍ୱ ସମୟରେ ଗିରୀଶ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପଦରେ କାର୍ଯ୍ୟ କରିଥିଲେ। ଉପରୋକ୍ତ ୪ ଅଧିକାରୀଙ୍କୁ ବାଦ୍‌ ଦେଲେ ଆହୁରି ଅନେକ ଓଡ଼ିଆ ବିଭିନ୍ନ ଦାୟିତ୍ୱରେ ରହିଛନ୍ତି। ଯେପରି ନ୍ୟାଶନାଲ କାଉନସିଲ ଅଫ୍‌ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ (ଏନ୍‌ସିଇଆରଟି)ର ନିର୍ଦ୍ଦେଶକ ଡ. ହୃଷୀକେଶ ସେନାପତି। ନିକଟରେ ୟୁପି କ୍ୟାଡର ଓଡ଼ିଆ ଆଇଏଏସ୍‌ ଅଫିସର ଦେବାଶିଷ ପଣ୍ଡା ଗୁରୁତ୍ୱପୂର୍ଣ୍ଣ ଅର୍ଥ ମନ୍ତ୍ରଣାଳୟର ସଚିବ ଭାବେ କିଛିଦିନ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri