ଗୁରୁଦିବସରେ ଅଧ୍ୟାପକଙ୍କ କଳାବ୍ୟାଜ୍‌ ପରିଧାନ

ଭଞ୍ଜନଗର,୬।୯(ଡି.ଏନ୍‌.ଏ.)- ବେସରକାରୀ ଅନୁଦାନ ପ୍ରାପ୍ତ ଏବଂ ଅଣ ଅନୁଦାନପ୍ରାପ୍ତ କଲେଜରେ ୧ ଜୁନ୍‌ ୨୦୦୮ ଠାରୁ ୩୦ ନଭେମ୍ବର ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଅଧ୍ୟାପକ ଓ କର୍ମଚାରୀ ସଂଘ ଭଞ୍ଜନଗର ଶାଖା ପକ୍ଷରୁ ଗୁରୁବାର ଗୁରୁ ଦିବସକୁ କଳା ଦିବସ ଭାବେ ପାଳନ କରାଯାଇଥିଲା। ଏଥିସହ ସଂଘର ସଭ୍ୟାସଭ୍ୟମାନେ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜ ମୁଖ୍ୟ ଫାଟକ ସମ୍ମୁଖରେ କଳାବ୍ୟାଜ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଘର ଦାବି ହେଲା ତୁରନ୍ତ ସମସ୍ତ ଅଧ୍ୟାପକ କର୍ମଚାରୀଙ୍କୁ ଜିଆଇ ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ଦିଆଯାଉ। ବିକ୍ଷୋଭ ସମୟରେ ସଂଘର ଜିଲା ସଂଯୋଜିକା ଅଧ୍ୟାପିକା ସସ୍ମିତା ଦାସ, ଅଧ୍ୟାପିକା ସ୍ମରଣିକା ପାଢ଼ୀ, ଅଧ୍ୟାପକ ବୁଦ୍ଧିନାଥ ବେହେରା, କର୍ମଚାରୀ ନିଶାନ୍ତ ଆଦେନୀ, ଅଜିତ ସାହୁ, ବିକ୍ରମ ବେହେରା, କୈଳାସ ଜେନା, ଅଜୟ ମିଶ୍ର, ସୀତାରାମ ପଣ୍ଡା ପ୍ରମୁଖ ଆନ୍ଦୋଳନରେ ସାମିଲ ଥିଲେ। ଏନେଇ ଜିଲା ସଂଯୋଜିକା ଶ୍ରୀମତୀ ଦାସ ଏଠାରେ କହିଛନ୍ତି ଯେ, ସରକାର କଲେଜ ଗୁଡ଼ିକରେ ଖାଲିଥିବା ପଦବୀ ଗୁଡ଼ିକରେ ନୂଆ ନିଯୁକ୍ତି ଦେଉଛନ୍ତି। ଉଚ୍ଚ ଦରମା ମଧ୍ୟ ସେମାନଙ୍କୁ ପ୍ରଦାନ କରୁଛନ୍ତି। କିନ୍ତୁ ପରିଚାଳନା କମିଟି ଅଧୀନରେ ବହୁବର୍ଷ ଧରି କାର୍ଯ୍ୟ କରୁଥିବା ଅଧ୍ୟାପକ ଓ କର୍ମଚାରୀଙ୍କ କଥା ସରକାର ବିଚାରକୁ ନେଉନାହାନ୍ତି। ଏନେଇ ବିଭିନ୍ନ ସମୟରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇ କେବଳ ପ୍ରତିଶ୍ରୁତି ମିଳିଛି। ଯାହାକୁ ନେଇ କର୍ମଚାରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ କର୍ମଚାରୀମାନେ ବାଧ୍ୟ ହୋଇ ଗୁରୁଦିବସକୁ କଳାଦିବସ ଭାବେ ପାଳନ କରିବା ସହ କଳାବ୍ୟାଜ ପରିଧାନ କରିଥିଲେ। ଆଗାମୀ ଦିନରେ ସରକାର ଏନେଇ କୌଣସି ବିଚାର ନକଲେ ସଂଘ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଶ୍ରୀମତୀ ଦାସ ସୂଚନା ଦେଇଛନ୍ତି। ସେହିଭଳି ବିଡ଼ିପୁର କଲେଜରେ ମଧ୍ୟ ଆନ୍ଦୋଳନ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri