Posted inଜାତୀୟ

ଗୁରୁବାରଠାରୁ ଜମ୍ମୁ-କଶ୍ମୀର ଓ ଲଦାଖ ହେବେ କେନ୍ଦ୍ରଶାସିତ ଅଞ୍ଚଳ: ଆଧାର ସହିତ ଲାଗୁ ହେବ ୧୦୬ ଆଇନ

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀର ଏବଂ ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ କରିବେ। ଏଠାରେ ଆଧାର ସହିତ ୧୦୬ ନୂଆ ଆଇନ୍‌ ଲାଗୁ ହେବ। ସେହିପରି ୧୫୩ ସ୍ବତନ୍ତ୍ର ଆଇନ ଶେଷ ହୋଇଯିବ। ଏହାଦ୍ୱାରା ଭାରତର ରାଜ୍ୟ ସଂଖ୍ୟା କମି ୨୮ ହେବ ସେହିପରି କେନ୍ଦ୍ର ଶାସିତଅଞ୍ଚଳ ସଂଖ୍ୟା ବୃଦ୍ଧି ପାଇ ୯ରେ ପହଞ୍ଚିବ। ଏଠାରେ ଏବେ ଉର୍ଦ୍ଦୁ ବଦଳରେ ହିନ୍ଦୀ ଭାଷାରେ ସରକାରୀ କାର୍ଯ୍ୟ ସମ୍ପନ୍ନ ହେବ। ତେବେ ପୁନର୍ଗଠନ ଅଧିନିୟମ ଧାରା ୪୭ ଅନ୍ତର୍ଗତ ଜମ୍ମୁ-କଶ୍ମୀରରେ ନୂଆ ବିଧାନସଭା ଗଠନ ପରେ ସରକାର ନୂଆ ଏକାଧିକ ଭାଷା ଚୟନ କରିପାରିବେ। ଏଠାରେ ମୁସଲମାନ୍‌ଙ୍କୁ ସଂଖ୍ୟାଲଘୁ ଭାବେ ସ୍ଥାନୀତ କରାଯିବା ସହିତ ସମସ୍ତ ସୁବିଧା ସୁଯୋଗ ମିଳିବ। ଏହା ସହିତ ରାଜ୍ୟରେ ୨ଟି ନୂଆ ରେଡିଓ ଷ୍ଟେଶନ ମଧ୍ୟ ସ୍ଥାପିତ ହେବ। ପୂର୍ବରୁ ଜମ୍ମୁ-କଶ୍ମୀର ବିଧାନସଭା ସଦସ୍ୟ ସଂଖ୍ୟା ୧୦୭ ଥିବାବେଳେ ଏବେ ଏହା ୧୧୪ ହେବ। ଏବେ ଜମ୍ମୁ-କଶ୍ମୀରରେ ୨୦ଟି ଜିଲା ରହିଛି। ତେବେ ନୂଆ ବିଧାନସଭା ଗଠନ ପରେ ଏହାକୁ ବଢ଼ାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri